Masthead

ମାଛ ପାଇଁ ଜୀବନ ଗଲା

ଢେଙ୍କାନାଳ (ବଡ଼ ଖବର ବ୍ୟୁରୋ): ମାଛ ଧରିବାକୁ ଯାଇ ନଦୀରେ ବୁଡି ଗଲେ ଯୁବକ । ଫଳରେ ମାଛ ଧରାଳିଙ୍କ ମୃତ୍ୟୁ ଘଟିଛି । ଏଭଳି ଘଟଣା ଦେଖିବାକୁ ମିଳିଛି ଢେଙ୍କାନାଳ ଜିଲ୍ଲା ଭୁବନ ଜୟପୁର ଗ୍ରାମର ବ୍ରାହ୍ମଣୀ ନଦୀରେ। ଜୟପୁର ଗ୍ରାମର ନକୁଳ ସହ ଦିରଜ ତରାଇ ଓ ଜଗବନ୍ଧୁ ମଳିକ ଜାଲ ଧରି ମାଛ ଧରିବାକୁ ବ୍ରାହ୍ମଣୀ ନଦୀକୁ ଯାଇଥିଲେ ।

ଜୟପୁର ଗ୍ରାମ ନିକଟ ମାଳପୁରା ଗ୍ରାମ ଘାଟ ନିକଟରେ ଜାଲ ବିଛାଉଥିବା ସମୟରେ ନକୁଳ ପାଣିରେ ବୁଡିଯାଇଥିଲେ ।  ଅନେକ ଖୋଜାଖୋଜି ପରେ ମାଳପୁରା ନଦୀ ଘାଟରୁ ତାଙ୍କର ମୃତଦେହ ସହ ମାଛ ଧରାଯାଉଥିବା ଜାଲ ଉଦ୍ଧାର କରାଯାଇଛି। ଖବର ପାଇ ଭୁବନ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଲା ବେଳକୁ ଗ୍ରାମବାସୀ ନକୁଳର ମୃତଦେହ ପାଣିରୁ ଉଦ୍ଧାର କରିସାରିଥିଲେ। ନକୁଳର ମୃତଦେହକୁ ଅଗ୍ନିଶମ ବାହିନୀ ଭୁବନ ଡାକ୍ତରଖାନାରେ ଭର୍ତ୍ତି କରିଥିବା ଜଣାପଡ଼ିଛି। ଖବର ପାଇ ଭୁବନ ପୋଲିସ ଶବକୁ ଜବତ କରିବା ସହିତ ଶବ ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ