Masthead

ନଦୀକୁ ଗାଧୋଇବାକୁ ଯାଇ ଗଲା ଜୀବନ

ଯୋଡା(ବଡ଼ ଖବର ବ୍ୟୁରୋ): ନଦୀକୁ ଗାଧୋଇବାକୁ ଯାଇ ଚାଲିଗଲା ଜୀବନ । ଏଭଳି ଏକ ଦୁଃଖଦ ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ଯୋଡ଼ା ଅଞ୍ଚଳରେ । ମୃତ ଯୁବକ ହେଉଛନ୍ତି ଯୋଡ଼ା, କୁନ୍ଦୁରୁ ନାଲା ଅଞ୍ଚଳର ସୁରେନ ପାତ୍ର । ଗତକାଲି ସନ୍ଧ୍ୟାରେ ସେ ନିକଟରେ ଥିବା ସୁନା ନଦୀକୁ ଗାଧୋଇବାକୁ ଯାଇ ଆଉ ଫେରିନଥିଲେ ।

ତେବେ ଆଜି ନଦୀ କୂଳରେ ତାଙ୍କର ମୃତଦେହ ଭାସୁଥିବାର କିଛି ଲୋକ ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ । ଏନେଇ ପରିବାର ପକ୍ଷରୁ ପୋଲିସକୁ ସୂଚନା ଦିଆଯିବା ପରେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଏନେଇ ଯୋଡ଼ା ପୋଲିସ୍ ଏକ ଅପମୃତ୍ୟୁ ମାମଲା ରୁଜୁକରି ମୃତ ଦେହକୁ ବ୍ୟବଚ୍ଛେଦ ପାଇ ପଠାଇବା ସହ ତଦନ୍ତ ଜାରି ରଖିଛି । ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ