Masthead

ଆସୁଛି ଲଘୁଚାପ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସୁଛି ଆଉ ଦୁଇଟି ଲଘୁଚାପ । ୬ ଓ ୧୧ ତାରିଖରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଓଡ଼ିଶାରେ ବର୍ଷାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି । ସେପ୍ଟେମ୍ବର ଆରମ୍ଭରୁ ହିଁ ଚଳିତ ମାସରେ ରାଜ୍ୟରେ ଭଲ ବର୍ଷା ହେବ ବୋଲି ଆକଳନ କରାଯାଉଛି। ମାସର ପ୍ରଥମ ୩ ସପ୍ତାହ ରାଜ୍ୟରେ ସ୍ବାଭାବିକଠାରୁ ଅଧିକ ବର୍ଷା ହେବ।

ରାଜ୍ୟରେ ଅଗଷ୍ଟର ନିଅଣ୍ଟିଆ ବର୍ଷା କିଛି ମାତ୍ରାରେ ଭରଣା ହେବ ବୋଲି ପାଣିପାଗ ବିଶେଷଜ୍ଞମାନେ ଆଶାବାଦୀ ଅଛନ୍ତି।କିନ୍ତୁ ଏହି ବର୍ଷା ରାଜ୍ୟରେ ଚାଷ କାର୍ଯ୍ୟ ପାଇଁ ବିଶେଷ ଉପଯୋଗୀ ହେବ ନାହିଁ ବୋଲି ଆଇଏମ୍‌ଡି କହିଛି। ଆସନ୍ତାକାଲି ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ସହ ଅନ୍ୟ କେତେକ ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଓ ରାୟଗଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ଏବଂ ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାରେ ଆସନ୍ତାକାଲି ବିଜୁଳି, ଘଡ଼ଘଡ଼ି ସହ ହାଲକାରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ