Masthead

ଆସୁଛି ଲଘୁଚାପ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସୁଛି ଆଉ ଏକ ଲଘୁଚାପ । ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଏବେ ଆଣ୍ଡାମାନରେ ପ୍ରବଳ ବର୍ଷା ହେଉଛି। ଆସନ୍ତା ୪୮ଘଣ୍ଟା ଭିତରେ ଏହା ଲଘୁଚାପରେ ପରିଣତ ହେବ। ପରେ ୪ରୁ ୫ ଦିନ ମଧ୍ୟରେ ଦକ୍ଷିଣ ଓଡ଼ିଶା ଉପକୂଳ ଏବଂ ଆନ୍ଧ୍ରପ୍ରଦେଶର କାକିନାଡାରେ ସ୍ଥଳଭାଗ ଛୁଇଁବାର ଅଧିକ ସମ୍ଭାବନା ରହିଛି । ଯଦି ସେହି ସମୟରେ ପାଣିପାଗ ସ୍ଥିତି ଅନୁକୂଳ ରୁହେ ତେବେ ଲଘୁଚାପ ବାତ୍ୟା ଜଓ୍ୱାଦରେ ପରିଣତ ହେବ ।

ତେବେ ବାତ୍ୟା ଦଶହରା ପରେ ଓଡ଼ିଶାରେ ମାଡ଼ ହେବ ବୋଲି କୁହାଯାଉଛି। ପାଣିପାଗ ଆକଳନ ଅନୁଯାୟୀ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବଳୟ ଅଧିକରୁ ଅଧିକ ଘନୀଭୂତ ହୋଇ ବାତ୍ୟା ରୂପ ନେବ। ଏହା ପୁରୀରୁ ପାରାଦୀପ ମଝିରେ ସ୍ଥଳଭାଗ ଛୁଇଁବ।

ଅକ୍ଟୋବର ୧୬ ତାରିଖ ବିଳମ୍ବିତ ରାତିରେ କିମ୍ବା ୧୭ତାରିଖ ସକାଳେ ଏହା ସ୍ଥଳଭାଗ ଛୁଇଁବ। ଏହା ପ୍ରଭାବରେ ଉପକୂଳ ଓଡ଼ିଶା, ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗରେ ପ୍ରବଳ ବର୍ଷା ହେବ। ବର୍ଷା ସମୟରେ ପବନର ବେଗ ଘଣ୍ଟାପ୍ରତି ଶହେରୁ ଶହେ କୋଡିଏ କିଲୋମିଟର ହେବାର ସମ୍ଭାବନା ରହିଛି । ସେପଟେ ରାଜ୍ୟରେ ଜାରି ରହିଛି ଘଡଘଡି ବିଜୁଳି ଜନିତ ବର୍ଷା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ