ଆସୁଛି ଲଘୁଚାପ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସୁଛି ଆଉ ଏକ ଲଘୁଚାପ । ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଏବେ ଆଣ୍ଡାମାନରେ ପ୍ରବଳ ବର୍ଷା ହେଉଛି। ଆସନ୍ତା ୪୮ଘଣ୍ଟା ଭିତରେ ଏହା ଲଘୁଚାପରେ ପରିଣତ ହେବ। ପରେ ୪ରୁ ୫ ଦିନ ମଧ୍ୟରେ ଦକ୍ଷିଣ ଓଡ଼ିଶା ଉପକୂଳ ଏବଂ ଆନ୍ଧ୍ରପ୍ରଦେଶର କାକିନାଡାରେ ସ୍ଥଳଭାଗ ଛୁଇଁବାର ଅଧିକ ସମ୍ଭାବନା ରହିଛି । ଯଦି ସେହି ସମୟରେ ପାଣିପାଗ ସ୍ଥିତି ଅନୁକୂଳ ରୁହେ ତେବେ ଲଘୁଚାପ ବାତ୍ୟା ଜଓ୍ୱାଦରେ ପରିଣତ ହେବ ।

ତେବେ ବାତ୍ୟା ଦଶହରା ପରେ ଓଡ଼ିଶାରେ ମାଡ଼ ହେବ ବୋଲି କୁହାଯାଉଛି। ପାଣିପାଗ ଆକଳନ ଅନୁଯାୟୀ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବଳୟ ଅଧିକରୁ ଅଧିକ ଘନୀଭୂତ ହୋଇ ବାତ୍ୟା ରୂପ ନେବ। ଏହା ପୁରୀରୁ ପାରାଦୀପ ମଝିରେ ସ୍ଥଳଭାଗ ଛୁଇଁବ।

ଅକ୍ଟୋବର ୧୬ ତାରିଖ ବିଳମ୍ବିତ ରାତିରେ କିମ୍ବା ୧୭ତାରିଖ ସକାଳେ ଏହା ସ୍ଥଳଭାଗ ଛୁଇଁବ। ଏହା ପ୍ରଭାବରେ ଉପକୂଳ ଓଡ଼ିଶା, ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗରେ ପ୍ରବଳ ବର୍ଷା ହେବ। ବର୍ଷା ସମୟରେ ପବନର ବେଗ ଘଣ୍ଟାପ୍ରତି ଶହେରୁ ଶହେ କୋଡିଏ କିଲୋମିଟର ହେବାର ସମ୍ଭାବନା ରହିଛି । ସେପଟେ ରାଜ୍ୟରେ ଜାରି ରହିଛି ଘଡଘଡି ବିଜୁଳି ଜନିତ ବର୍ଷା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’