Before Header

ବଙ୍ଗୋପସାଗରରେ ଲଘୁଚାପ, ୭ ଜିଲ୍ଲାରେ ମଧ୍ୟମ ବର୍ଷା

0 44

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ଶ୍ରୀଲଙ୍କା ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ରାଜ୍ୟରେ କିଛି ଜିଲ୍ଲାରେ ସ୍ପଳ୍ପ ଧରଣ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆହୁରି କୁହାଯାଇଛି, ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ଶ୍ରୀଲଙ୍କା ଉପକୂଳରେ ଲଘୁଚାପ ସୃଷ୍ଟି ହେବା ସହ ସମାନ୍ତରାଳ ଭାବେ ଏକ ଘୂର୍ଣ୍ଣିବଳୟ ମଧ୍ୟ ସୃଷ୍ଟି ହୋଇଛି।

ଏହା ପ୍ରଭାବରେ ରାଜ୍ୟରେ ଆଜିଠୁ ୨ ତାରିଖ ଯାଏ ପାଗରେ ପରିବର୍ତ୍ତନ ହେବ।ଲଘୁଚାପ ଯୋଗୁ ୭ଟି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସେହି ଜିଲ୍ଲା ଗୁଡ଼ିକ ହେଉଛି- ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର। ତେବେ ଅନ୍ୟ ଜିଲ୍ଲାରେ କୋହଲା ପାଗ ସାଙ୍ଗକୁ ହାଲକା ପବନ ହେବ।

Leave A Reply

Your email address will not be published.