Masthead

୧୨ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ବର୍ଷା ନେଇ ଆଲର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ଶୁକ୍ରବାର ଦକ୍ଷିଣ ପୂର୍ବ ଏବଂ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପୁଣି ଦାନା ବାନ୍ଧୁଛି ଲଘୁଚାପ । ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ  ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଏକ ଘୂର୍ଣ୍ଣିବଳୟ ରହିଛି ।

ଶୁକ୍ରବାରକୁ ଦକ୍ଷିଣ ପୂର୍ବ ଓ ପାର୍ଶ୍ବବର୍ତ୍ତୀ ପୂର୍ବ  କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା  ଲଘୁଚାପ ରୂପ ନେବା ସମ୍ଭାବନା ଅଛି । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ସମ୍ଭାବ୍ୟ ଲଘୁଚାପ  ୨୬ ତାରିଖବେଳକୁ ଅବପାତ ରୂପ  ନେଇପାରେ । ବର୍ତ୍ତମାନ ରାଜ୍ୟରେ ପ୍ରତିଦିନ  କିଛି କିଛି ଜାଗାରେ ଘଡ଼ଘଡ଼ି ସହ  ବର୍ଷା ହୋଇପାରେ । ଆସନ୍ତା ୨୭  ଓ ୨୮ରେ ରାଜ୍ୟରେ ବର୍ଷା ବଢ଼ିବା  ସମ୍ଭାବନା ଅଛି । ଭୁବନେଶ୍ୱର  ପାଣିପାଗ କେନ୍ଦ୍ର ଅନୁସାରେ  ଶୁକ୍ରବାର ଦକ୍ଷିଣ ଓଡ଼ିଶାର କିଛି  ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା  ହୋଇପାରେ । ବାକି ଅଞ୍ଚଳରେ  ପାଗ ଶୁଖିଲା ରହିବ । ୨୫ରେ  ଉପକୂଳ ଓ ଦକ୍ଷିଣ ଓଡ଼ିଶାର କିଛି  ଜାଗାରେ ଘଡ଼ଘଡ଼ି ସହ ବର୍ଷା  ସମ୍ଭାବନା ଅଛି । ୨୭ ଓ ୨୮ରେ  ବର୍ଷା ପରିମାଣ ବଢ଼ିପାରେ ।

ଏହି  ସମୟରେ ରାଜ୍ୟର ଅନେକ ସ୍ଥାନରେ  ବର୍ଷା ସମ୍ଭାବନା ଅଛି । ୨୯ରୁ ବର୍ଷା  କମିପାରେ । ତା’ପରେ ପାଗରେ  ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ । ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ୪ଦିନ ଧରି ବର୍ଷା ହେବା ନେଇ ଆକଳନ କରାଯାଇଛି। ଶୁକ୍ରବାର ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଓ ନୟାଗଡ ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି