Masthead

ସ୍ବାଭାବିକ ହେଲା ଲିଙ୍ଗରାଜ ମନ୍ଦିର ନୀତିକାନ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ସ୍ୱାଭାବିକ ଭାବରେ ଚାଲିଲା ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି । ମଙ୍ଗଳ ଆଳତି ପରେ ବର୍ତ୍ତମାନ ଚାଲିଛି ଧାଡ଼ି ଦର୍ଶନ । ଗତକାଲି ମକର ସଂକ୍ରାନ୍ତିରେ ଉପାସରେ ଥିଲେ ପ୍ରଭୁ ଶ୍ରୀଲିଙ୍ଗରାଜ । ବ୍ରାହ୍ମଣ ନିଯୋଗ ସମ୍ପାଦକ ବିରଞ୍ଚି ନାରାୟଣ ପତିଙ୍କ ସୂଚନା । ବଡୁ ଓ ବ୍ରାହ୍ମଣ ନିଯୋଗ ମଧ୍ୟରେ ବିବାଦ ଯୋଗୁଁ ବନ୍ଦ ଥିଲା ନୀତିକାନ୍ତି । କ୍ଷୀର ଆଉଟା ନୀତିକୁ ନେଇ ଦେଖାଦେଇଥିଲା ବିବାଦ ।  ମଙ୍ଗଳବାର ଠାରୁ ପ୍ରଭୁ ଲିଙ୍ଗରାଜଙ୍କ କ୍ଷୀର ଆଉଟା ନୀତିକୁ ନେଇ ବିବାଦ ଉପୁଜିଥିଲା ଏବଂ ନୀତି ବନ୍ଦ ରହିଥିଲା ।

ସଂକ୍ରାନ୍ତିର ପୂର୍ବ ଦିନ ଠାକୁରଙ୍କ ଘୃତ କମ୍ବଳ ନୀତି ହୋଇପାରିନଥିଲା । ଏଥିପାଇଁ ମକର ସଂକ୍ରାନ୍ତିରେ ଠାକୁରଙ୍କ ସମସ୍ତ ନୀତିକାନ୍ତି ବନ୍ଦ ରହିଥିଲା । କିନ୍ତୁ ଅନ୍ୟ ଦିନ ଭଳି ଆଜି ସ୍ବାଭାବିକ ଭାବେ ଚାଲିଛି ନୀତିକାନ୍ତି । କିନ୍ତୁ ଏବେବି ବ୍ରାହ୍ମଣ ଓ ବଡୁ ନିଯୋଗ ମଧ୍ୟରେ ନୀତିକାନ୍ତିକୁ ନେଇ ଜାରି ରହିଛି ତିକ୍ତତା । ୨୦୨୪ ଯାଏଁ ବଡୁ ସେବାୟତ ଘୃତକମ୍ବଳ ନୀତି କରୁଥିଲେ । ହଠାତ ୨୦୨୫ ରେ କାହିଁକି ଏଥିରେ ପରିବର୍ତ୍ତନ ହେଲା ବୋଲି ବଡୁ ନିଯୋଗ ପ୍ରଶ୍ନ କରିଛି। ଏନେଇ କୋର୍ଟରେ ମାମଲା ବି ରହିଛି । ଏନେଇ ଦେବୋତ୍ତର କମିଶନ ନିକଟରେ ଅଭିଯୋଗ ହୋଇଥିଲା ।  ମନ୍ଦିର ପ୍ରଶାସନ ଏଥିରେ ହସ୍ତକ୍ଷେପ କରିଥିଲେ କ୍ଷୀର ଆଉଟା ନୀତିକୁ ବାଦ ଦେଇ ଅନ୍ୟ ସମସ୍ତ ନୀତି ହୋଇପାରିଥାନ୍ତା  ବୋଲି କହିଛନ୍ତି କିଛି ସେବାୟତ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ