Masthead

ସେବାୟତଙ୍କ ପାଇଁ ମନ୍ଦିର ଖୋଲା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଖୋଲିଲା ମହାପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିର । ଦୀର୍ଘ ୯ ମାସ ପରେ ଆଜି ଖୋଲିଛି ମହାପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିର । ପ୍ରଥମ ପର୍ଯ୍ୟାୟରେ ଆସନ୍ତା ୩୧ ତାରିଖ ଯାଏଁ ସେବାୟତଙ୍କ ପରିବାରକୁ ମିଳିବ ଦର୍ଶନ ଅନୁମତି । ଏଥିପାଇଁ ସମସ୍ତ ସେବାୟତଙ୍କ ପରିବାର ଯାଇ ସକାଳୁ ସକାଳୁ ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରୁଛନ୍ତି । ଅନ୍ୟପଟେ ଜାନୁଆରୀ ୧ ଓ ୨ ତାରିଖ ମନ୍ଦିର ବନ୍ଦ ରଖାଯିବାକୁି ନିଷ୍ପତ୍ତି ହୋଇଛି । ସେହିପରି ୩ରୁ ୫ ତାରିଖ ମଧ୍ୟରେ ଭୁବନେଶ୍ୱରବାସୀଙ୍କୁ ମିଳିବ ଦର୍ଶନ ଅନୁମତି ।

ପରେ ୬ ତାରିଖ ପାଖରୁ ଆରମ୍ଭ ହେବ ସର୍ବ ସାଧାରଣ ଦର୍ଶନ । କରୋନାକୁ ଦୃଷ୍ଟିରେ ରଖି ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ମନ୍ଦିର ମୁଖ୍ୟ ଦ୍ୱାର ସମ୍ମୁଖରେ ବ୍ୟାରିକେଡ଼ କରାଯାଇଛି । ଶ୍ରଦ୍ଧାଳୁ ମାନେ ଲମ୍ବା ଧାଡ଼ିରେ ଆସି ପରିଚୟ ପତ୍ର ଓ କୋଭିଡ଼ ନେଗେଟିଭ ରିପୋର୍ଟ ଦେଖାଇ ମନ୍ଦିର ଭିତରେ ପ୍ରବେଶ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା