Masthead

ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା, ୧୪୪ ଧାରା ଜାରି

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): କରୋନା କଟକଣାରେ ହେବ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଅଶୋକାଷ୍ଟମୀ ରଥଯାତ୍ରା । ଯାହକୁ ନେଇ ଚଳଚଞ୍ଚଳ ହୋଇଉଠିଛି ଏକାମ୍ର କ୍ଷେତ୍ର । ଚଳିତ ବର୍ଷ ବିନା ଭକ୍ତରେ ସୀମିତ ସଂଖ୍ୟକ ପୋଲିସ ଓ ସେବାୟତରେ ହେବ ଏହି ରଥଯାତ୍ରା । ଅପରାହ୍ନ ୧୨ଟାରୁ ରଥ ଦାଣ୍ଡରେ ୧୪୪ ଧାରା ଲାଗୁ କରାଯିବ । ଏହାସହିତ ଦାଣ୍ଡର ୨ ପଟେ ଥିବା ଘରର ଛାତ ଉପରେ ମଧ୍ୟ ଲୋକଙ୍କୁ ଦେଖିବାକୁ ଅନୁମତି ଦିଆଯିବ ନାହିଁ । ଏହାକୁ ଦୃଷ୍ଟିରେ ରଖି ସ୍ଥାନୀୟ ପ୍ରଶାସନ ପକ୍ଷରୁ ଟ୍ରାଫିକ୍ କଟକଣା ଜାରି କରାଯାଇଛି ।

ଟ୍ରାଫିକ କଟକଣା ଅନୁଯାୟୀ, କୌଣସି ଯାନବାହନକୁ ମାଉସୀ ମା’ ଛକ ଠାରୁ ରଥ ରୋଡ଼ରେ ଯିବାକୁ ଅନୁମତି ଦିଆଯିବ ନାହିଁ । ସବୁ ଗାଡ଼ି ଗୁଡ଼ିକ ମାଉସୀ ମା’ ଛକ ଠାରୁ ମ୍ୟୁଜିୟମ ଛକ ଆଡ଼କୁ କିମ୍ବା ବିବେକାନନ୍ଦ ମାର୍ଗ ଦେଇ ଯିବାଆସିବା କରିପାରିବେ । ନିୟମ ଉଲଂଘନ କଲେ ଉଲଘଂନକାରୀଙ୍କ ଠାରୁ ୫ ଶହ ରୁ ୧୦୦୦ଟଙ୍କା ପର୍ଯ୍ୟନ୍ତ ଜୋରିମାନା ଆଦାୟ କରାଯିବ ବୋଲି କହିଛନ୍ତି ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା