ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା, ୧୪୪ ଧାରା ଜାରି

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): କରୋନା କଟକଣାରେ ହେବ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଅଶୋକାଷ୍ଟମୀ ରଥଯାତ୍ରା । ଯାହକୁ ନେଇ ଚଳଚଞ୍ଚଳ ହୋଇଉଠିଛି ଏକାମ୍ର କ୍ଷେତ୍ର । ଚଳିତ ବର୍ଷ ବିନା ଭକ୍ତରେ ସୀମିତ ସଂଖ୍ୟକ ପୋଲିସ ଓ ସେବାୟତରେ ହେବ ଏହି ରଥଯାତ୍ରା । ଅପରାହ୍ନ ୧୨ଟାରୁ ରଥ ଦାଣ୍ଡରେ ୧୪୪ ଧାରା ଲାଗୁ କରାଯିବ । ଏହାସହିତ ଦାଣ୍ଡର ୨ ପଟେ ଥିବା ଘରର ଛାତ ଉପରେ ମଧ୍ୟ ଲୋକଙ୍କୁ ଦେଖିବାକୁ ଅନୁମତି ଦିଆଯିବ ନାହିଁ । ଏହାକୁ ଦୃଷ୍ଟିରେ ରଖି ସ୍ଥାନୀୟ ପ୍ରଶାସନ ପକ୍ଷରୁ ଟ୍ରାଫିକ୍ କଟକଣା ଜାରି କରାଯାଇଛି ।

ଟ୍ରାଫିକ କଟକଣା ଅନୁଯାୟୀ, କୌଣସି ଯାନବାହନକୁ ମାଉସୀ ମା’ ଛକ ଠାରୁ ରଥ ରୋଡ଼ରେ ଯିବାକୁ ଅନୁମତି ଦିଆଯିବ ନାହିଁ । ସବୁ ଗାଡ଼ି ଗୁଡ଼ିକ ମାଉସୀ ମା’ ଛକ ଠାରୁ ମ୍ୟୁଜିୟମ ଛକ ଆଡ଼କୁ କିମ୍ବା ବିବେକାନନ୍ଦ ମାର୍ଗ ଦେଇ ଯିବାଆସିବା କରିପାରିବେ । ନିୟମ ଉଲଂଘନ କଲେ ଉଲଘଂନକାରୀଙ୍କ ଠାରୁ ୫ ଶହ ରୁ ୧୦୦୦ଟଙ୍କା ପର୍ଯ୍ୟନ୍ତ ଜୋରିମାନା ଆଦାୟ କରାଯିବ ବୋଲି କହିଛନ୍ତି ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ