Masthead

ସେବାୟତ ବିବାଦ, ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଶ୍ରାବଣ ପ୍ରଥମ ସୋମବାରରେ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ । ପୂଜାପଣ୍ଡା ସେବାୟତ-ବଡୁ ସେବାୟତଙ୍କ ବିବାଦରୁ ନୀତିକାନ୍ତି ବନ୍ଦ ।  ଟଙ୍କା ଭାଗବଣ୍ଟାକୁ ନେଇ ଉଭୟ ପକ୍ଷ ମଧ୍ୟରେ ବିବାଦ ସୂଚନା ।  ସୂଚନା ଅନୁଯାୟୀ, ଶ୍ରାବଣ ପାଉଣା ବଣ୍ଟନକୁ ନେଇ ବ୍ରାହ୍ମଣ ଓ ବଡୁ ସେବାୟତଙ୍କ ମଧ୍ୟରେ ବିବାଦ ସୃଷ୍ଟି ହୋଇଥିବାରୁ ରବିବାର ସନ୍ଧ୍ୟାରୁ ମହାପ୍ରଭୁଙ୍କ ନୀତିକାନ୍ତି ବନ୍ଦ ରହିଛି। ସୋମବାର ସକାଳେ ବଡୁ ସେବାୟତମାନେ ମନ୍ଦିରରେ ପହଞ୍ଚି ନିଜ ନିର୍ଦ୍ଧାରିତ ସେବା ସମ୍ପନ୍ନ କରିଥିଲେ ।

କିନ୍ତୁ ପୂଜାପଣ୍ଡା ସେବାୟତମାନେ ନୀତିରେ ସାମିଲ ହୋଇନଥିବାରୁ ବାବା ଲିଙ୍ଗରାଜଙ୍କର ନିୟମିତ ପୂଜା ହୋଇପାରିନଥିଲା । ତଥାପି ଭକ୍ତମାନଙ୍କ ଭିଡ଼ କମିନଥିଲା । ହଜାର ହଜାର କାଉଡ଼ିଆ ଓ ଶିବଭକ୍ତ ପୂଜା ବିନା ହିଁ ମହାଦେବଙ୍କ ନିକଟରେ ଜଳ ଅର୍ପଣ କରି ଦର୍ଶନ କରିଥିଲେ । ଶ୍ରାବଣର ପ୍ରଥମ ସୋମବାର ଶିବଭକ୍ତଙ୍କ ପାଇଁ ଅତ୍ୟନ୍ତ ପବିତ୍ର ଦିନ ହୋଇଥିବାରୁ ମନ୍ଦିରରେ ଅସାଧାରଣ ଭିଡ଼ ଜମିଥିଲା । କିନ୍ତୁ ଏଭଳି ନୀତି ବିଭ୍ରାଟ ଯୋଗୁଁ ଅନେକ ଭକ୍ତ ନିରାଶ ହୋଇଥିଲେ । ସେବାୟତମାନଙ୍କ ମଧ୍ୟରେ ବିବାଦ ଶୀଘ୍ର ସମାଧାନ କରି ସ୍ୱାଭାବିକ ପୂଜାନୀତି ଆରମ୍ଭ କରିବାକୁ ଭକ୍ତମାନେ ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା 🔴 ସ୍କ୍ରବଟାଇଫସ୍‌କୁ ନେଇ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ 🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା 🔴 ସ୍କ୍ରବଟାଇଫସ୍‌କୁ ନେଇ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ