Masthead

ମଦ ଦୁର୍ନୀତି ମାମଲା, ଆଜି ହାଜର ହୋଇପାରନ୍ତି କେଜ୍ରିୱାଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ମଦ ଦୁର୍ନୀତି ମାମଲା । ଆଜି ହାଜର ହେବା ଲାଗି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ନୋଟିସ କରିଛି। ଚତୁର୍ଥ ଥର ଲାଗି କେଜ୍ରିୱାଲଙ୍କୁ ଜାରି ହୋଇଛି ସମନ । ଗତ ଜାନୁଆରୀ ୩ରେ ହାଜର ହେବା ଲାଗି ତାଙ୍କୁ ସମନ ଜାରି ହୋଇଥିବା ସତ୍ତ୍ବେ ସେ ହାଜର ହୋଇ ନଥିଲେ । ଜାରି ହୋଇଥିବା ସମନ ବେଆଇନ ବୋଲି ଦର୍ଶାଇଥିଲେ କେଜ୍ରିୱାଲ । ପୂର୍ବରୁ ତାଙ୍କୁ ନଭେମ୍ବର ୨, ଡିସେମ୍ବର ୨୧ରେ ମଧ୍ୟ ନୋଟିସ ଜାରି ହୋଇଥିଲା ।

ଏହି ବହୁ ଚର୍ଚ୍ଚିତ ମାମଲାରେ କେଜ୍ରିୱାଲ ଅଭିଯୁକ୍ତ ହୋଇ ନଥିଲେ ବି ତାଙ୍କୁ ବାରମ୍ବାର ନୋଟିସ ଜାରି କରାଯାଉଛି । ଜେରା ପରେ କେଜ୍ରିୱାଲଙ୍କୁ ଗିରଫ କରିବା ନେଇ ବାରମ୍ବାର ଆଶଙ୍କା ପ୍ରକାଶ ପାଇଆସୁଛି । ପୂର୍ବରୁ ମଦ ନୀତି ମାମଲାରେ ଗତବର୍ଷ ଫେବ୍ରୁଆରୀ ୨୬ରେ ଗିରଫ ହୋଇଥିଲେ ମନୀଷ ସିସୋଦିଆ । ସେହିପରି ଗତବର୍ଷ ଅକ୍ଟୋବର ୪ରେ ଆପ୍ ନେତା ସଞ୍ଜୟ ସିଂଙ୍କୁ ଗିରଫ କରିଥିଲା ଇଡି । ଆଜି ଇଡିରେ ହାଜର ହେବେ ନା ହେବେ ନାହିଁ ତାହା ସ୍ପଷ୍ଟ ହୋଇନାହିଁ ।

ତେବେ ଚତୁର୍ଥ ସମନରେ ମଧ୍ୟ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଦନ୍ତକାରୀ ସଂସ୍ଥା ସମ୍ମୁଖରେ ହାଜର ହେବାକୁ ଯାଉନଥିବା ସମସ୍ତ ସମ୍ଭାବନା ରହିଛି। ଏହାର କାରଣ ହେଉଛି କେଜ୍ରିୱାଲ ୩ ଦିନିଆ ଗୋଆ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି, ଯେଉଁଥିପାଇଁ ସେ ଗୁରୁବାରଠୁ ଯାତ୍ରା କରିବେ। ହିନ୍ଦୁସ୍ତାନ ଟାଇମ୍ସର ରିପୋର୍ଟ ଅନୁଯାୟୀ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜଣେ ଅଧିକାରୀ କହିଛନ୍ତି, ପୂର୍ବ ଘୋଷଣା କରାଯାଇଥିବା କାର୍ଯ୍ୟସୂଚୀ ଅନୁଯାୟୀ ଅରବିନ୍ଦ କେଜ୍ରିୱାଲ ଗୁରୁବାର ଗୋଆ ଯିବେ। ଆମ ଆଦମୀ ପାର୍ଟିର ମୁଖ୍ୟ ହୋଇ ଅରବିନ୍ଦ କେଜ୍ରିୱାଲ ମଧ୍ୟ ଲୋକ ସଭା ନିର୍ବାଚନ ପାଇଁ ରାଜ୍ୟରେ ଦଳର ପ୍ରସ୍ତୁତି ଉପରେ ନଜର ରଖିବାକୁ ଯାଉଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ