ମଦ ଦୁର୍ନୀତି ମାମଲା, ଆଜି ସିବିଆଇରେ ହାଜର ହେବେ ମନୀଷ ସିସୋଦିଆ

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ):  ସିବିଆଇରେ ହାଜର ହେବେ ମନୀଷ ସିସୋଦିଆ । ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟି ନେତା ମନୀଷ ସିସୋଡିଆ ମଦ ଦୁର୍ନୀତି ମାମଲାରେ ଆଜି ସିବିଆଇରେ ହାଜର ହେବେ । ତେବେ ଏଥିପାଇଁ ସିବିଆଇ ମୁଖ୍ୟାଳୟ ବାହାରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ମନୀଷ ସିସୋଡିଆଙ୍କ ଗିରଫଦାରୀକୁ ନେଇ ସିଏମ୍ ଅରବିନ୍ଦ କେଜ୍ରିୱାଲ ଆଶଙ୍କା ପ୍ରକାଶ କରିଥିଲେ । ଆପ ନେତା ଅରବିନ୍ଦ କେଜ୍ରିୱାଲ ୨୪ ଫେବୃଆରୀରେ ଏକ ଗଣମାଧ୍ୟମ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।

ଏହି କାର୍ଯ୍ୟକ୍ରମରେ ଅରବିନ୍ଦ କେଜ୍ରିୱାଲ ଦାବି କରିଛନ୍ତି ଯେ ସିବିଆଇ ରବିବାର ମନୀଷ ସିସୋଡିଆଙ୍କୁ ଗିରଫ କରିବ । କେଜ୍ରିୱାଲ କହିଛନ୍ତି, ସିବିଆଇ ରବିବାର ମନୀଷ ସିସୋଡିଆଙ୍କୁ ଡାକିଛି। ଆମର ସୂତ୍ରରୁ ପ୍ରକାଶ ଯେ ସେମାନେ ରବିବାର ମନୀଷ ସିସୋଡିଆଙ୍କୁ ଗିରଫ କରିବେ । ସୂଚନା ଅନୁସାରେ ଗତ ରବିବାର ମଧ୍ୟ ପଚରାଉଚରା ପାଇଁ ସିବିଆଇ ମନୀଷ ସିସୋଡିଆଙ୍କୁ ଡାକିଥିଲା, କିନ୍ତୁ ବଜେଟ୍ ଥିବାରୁ ସେ ଉପସ୍ଥିତ ହେଇପାରିବେ ନାହିଁ ବୋଲି ସୂଚନା ଦେଇଥିଲେ । ଯାହା ପରେ ଏଜେନ୍ସି ତାଙ୍କୁ ଫେବୃଆରୀ ୨୬ ରେ ହାଜର ହେବାକୁ କହିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!