Masthead

ମେ ୫ରୁ ସାରା ରାଜ୍ୟରେ ଲକଡାଉନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମେ ୫ରୁ ସାରା ରାଜ୍ୟରେ ଲକଡାଉନ । ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ଘୋଷଣା । ରାଜ୍ୟକୁ ପୁଣି ଫେରିଲା ଲକଡାଉନ । ମେ ୫ରୁ ୧୯ ତାରିଖ ପର୍ଯ୍ୟନ୍ତ ଲାଗୁ ହେଲା ଲକଡାଉନ । ୧୪ଦିନ ପାଇଁ ବନ୍ଦ ରହିବ ସମ୍ପୂର୍ଣ୍ଣ ରାଜ୍ୟ । ତେବେ ଏଥିରେ ଜରୁରୀକାଳୀନ ସେବା ଜାରି ରହିବ । ସକାଳ ୬ରୁ ୧୨ ଟା ପର୍ଯ୍ୟନ୍ତ ଖୋଲିବ ପରିବା ଓ ତେଜରାତି ଦୋକାନ । ଏହି ୬ଘଣ୍ଟା ମଧ୍ୟରେ ଚାଲି ଚାଲି ଲୋକ ମାନେ ଯାଇ ଆଣିପାରିବେ ସାମଗ୍ରୀ । ଗାଡ଼ି ନେଇ ପଦାକୁ ବାହାରିବାକୁ ବାରଣ କରାଯାଇଛି ।

୫ମେ ବୁଧବାର ଠାରୁ ୧୯ ମେ ବୁଧବାର ପର୍ଯ୍ୟନ୍ତ ବଳବତ୍ତର ରହିବ ଏହି ତାଲାବନ୍ଦ । ସେହିପରି ସଟଡାଉନ ସମୟରେ ମଧ୍ୟ ପରିବର୍ତ୍ତନ କରିଛନ୍ତି ରାଜ୍ୟ ସରକାର । ଶୁକ୍ରବାର ସନ୍ଧ୍ୟା ୬ରୁ ଲାଗୁ ହୋଇ ସୋମବାର ସକାଳ ୬ଟା ପର୍ଯ୍ୟନ୍ତ ଲାଗୁ ରହିବ ସଟଡାଉନ । ମୁଖ୍ୟ ଶାସନ ସଚିବ ଏନେଇ ପ୍ରେସମିଟ କରି ସୂଚନା ଦେଇଛନ୍ତି । ନିୟମ ନମାନିଲେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ