Masthead

ଲୋଇସିଂହାକୁ ଏନଏସି ଘୋଷଣା କରାନଯିବା ପ୍ରତିବାଦରେ ୧୨ ଘଣ୍ଟିଆ ବନ୍ଦ ପାଳନ

ବଲାଙ୍ଗିର(ବଡ଼ ଖବର ବ୍ୟୁରୋ): ଏନଏସି ଘୋଷଣା ପରେ ତେଜିଲା ପ୍ରତିବାଦ । ବଲାଙ୍ଗିର ଲୋଇସିଂହାରେ ୧୨ ଘଣ୍ଟିଆ ବନ୍ଦ ପାଳନ । ଲୋଇସିଂହାକୁ ଏନଏସି ଘୋଷଣା କରାନଯିବା ପ୍ରତିବାଦରେ ଏହି ବନ୍ଦ ଡାକରା ଦିଆଯାଇଛି । ଲୋଇସିଂହା ବିକାଶ ପରିଷଦ ପକ୍ଷରୁ ସକାଳ ୬ଟାରୁ ସନ୍ଧ୍ୟା ୬ ବନ୍ଦ ଡାକରା । ବନ୍ଦ ପାଳନକୁ ସମର୍ଥନ କରୁଛନ୍ତି ଉଭୟ ବିଜେପି ବିଜେପି ଓ କଂଗ୍ରେସ କର୍ମୀ । ରାଜ୍ୟର ୨୦ଟି ଜିଲ୍ଲାରେ ୩୪ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ (NAC) ଗଠନ କରାଯିବ ବୋଲି ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଥିବା ବେଳେ ସେଥିରେ ନାହିଁ ବଲାଙ୍ଗିର ଜିଲ୍ଲା ଲୋଇସିଂହ ନାଁ। ଫଳରେ ଦେଖାଦେଇଛି ଅସନ୍ତୋଷ।

ଆଜି ଲୋଇସିଂହାରେ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଲୋଇସିଂହାକୁ ଏନ୍‌ଏସି ଘୋଷଣା କରା ନଯିବା ପ୍ରତିବାଦରେ ଏଠାରେ ବନ୍ଦ ଡାକରା ଦେଇଛି ଲୋଇସିଂହା ବିକାଶ ପରିଷଦ। ଫଳରେ ଦୋକାନ ବଜାର ଓ ଗାଡ଼ ଚଳାଚଳ ବନ୍ଦ ରହିଛି। ଦୀର୍ଘ ବର୍ଷ ହେଲା ଲୋଇସିଂହାକୁ ଏନଏସି ଘୋଷଣା କରିବା ପାଇଁ ଦାବି ହୋଇ ଆସୁଥିଲା। ବିଭିନ୍ନ ସମୟରେ ଆନ୍ଦୋଳନ ମଧ୍ୟ କରାଯାଇଥିଲା। କିନ୍ତୁ ରାଜ୍ୟ ସରକାର ଏହାକୁ ଏନଏସି ଘୋଷଣା କଲେ ନାହିଁ। ଯାହାକୁ ନେଇ ସ୍ଥାନୀୟ ଲୋକେ ଅସନ୍ତୋଷ ପ୍ରକାଶ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା