Masthead

୧୦୨ ଆସନ ପାଇଁ ଚାଲିଛି ଭୋଟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜିଠୁ ୨୦୨୪ ଲୋକସଭା ନିର୍ବାଚନ ମହାଲଢ଼େଇ ଆରମ୍ଭ । ସାରା ଦେଶରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଆରମ୍ଭ ହୋଇଛି । ଶୁକ୍ରବାର ସକାଳୁ ଭୋଟିଂ ଆରମ୍ଭ ହୋଇଛି । ଏହି ମତଦାନ ପ୍ରକ୍ରିୟା ସଂଧ୍ୟା ୫ଟା ଯାଏ ଚାଲିବ । ପ୍ରଥମ ପର୍ଯ୍ୟାୟରେ ୨୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୋଟ୍ ୧୦୨ ଆସନରେ ମତଦାନ ଜାରି । ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ୨୧ ରାଜ୍ୟ ଓ କେନ୍ଦ୍ର ଶାସିତ ଅଂଚଳର ମୋଟ୍ ୧୦୨ଟି ଆସନରେ ମତଦାନ ଆରମ୍ଭ ହୋଇଛି । ଏଥିସହ ଅରୁଣାଚଳ ପ୍ରଦେଶ ଏବଂ ସିକ୍କିମ ବିଧାନସଭା ନିର୍ବାଚନ ମଧ୍ୟ ଅନୁଷ୍ଠିତ ହେବ ।

ତେବେ ପ୍ରଥମ ପର୍ଯ୍ୟାୟରେ ମୋଟ ୧ ଲକ୍ଷ ୮୭ ହଜାର ପୋଲିଂ କେନ୍ଦ୍ରରେ ମତଦାନ ହେବାକୁ ଥିବା ବେଳେ ୧୬ କୋଟି ୫୩ କୋଟି ଲୋକ ମତଦାନ କରିବେ । ଏଥିପାଇଁ ୧୮ ଲକ୍ଷ ପୋଲିଂ କର୍ମଚାରୀ ନିଯୁକ୍ତ ହୋଇଛନ୍ତି । ପୋଲିଂ କାର୍ଯ୍ୟରେ ୪୧ ହେଲିକେପ୍ଟର, ୮୪ ସ୍ୱତନ୍ତ୍ର ଟ୍ରେନ ଏବଂ ୧ ଲକ୍ଷ କାର ନିଯୁକ୍ତ କରାଯାଇଛି । ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ପ୍ରାୟ ୧ ହଜାର ୬୨୫ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ । ସାଢେ ତିନି କୋଟିରୁ ଅଧିକ ଯୁବ ଭୋଟର ଏଥର ମତଦାନ କରିବେ । ୧୦୨ ଲୋକସଭା ଆସନରେ ହେବାକୁ ଥିବା ମତଦାନରେ ତାମିଲନାଡୁର ସର୍ବାଧିକ ୩୯ ଆସନ ରହିଛି । ରାଜସ୍ଥାନର ୧୨, ୟୁପିର ୮, ଉତରାଖଣ୍ଡର ୫, ବିହାରର ୪, ଆସାମର ୪, ମଧ୍ୟପ୍ରଦେଶର ୬, ଅରୁଣାଚଳ ପ୍ରଦେଶର ୨ ଆସନରେ ଭୋଟ୍ ଗ୍ରହଣ ହେବ ।

ସେହିପରି ପଶ୍ଚିମବଙ୍ଗର ୩, ମହାରାଷ୍ଟ୍ରର ୫ ଏବଂ ଛତିଶଗଡ଼, ତ୍ରିପୁରା, ଜମ୍ମୁ-କାଶ୍ମୀର, ଆଣ୍ଡାମାନ ନିକୋବର, ଲାକ୍ଷାଦୀପ ଓ ପୁଡୁଚେରୀର ଗୋଟିଏ ଲେଖାଏଁ ଆସନରେ ଭୋଟ୍ ଗ୍ରହଣ ହେବ । ପ୍ରମୁଖ ପ୍ରାର୍ଥୀଙ୍କ ମଧ୍ୟରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ, ଜିତେନ୍ଦ୍ର ସିଂହ, ଲୋକ ଜନଶକ୍ତି ପାର୍ଟି ମୁଖ୍ୟ ଚିରାଗ ପାୱାନ, ନକୁଲ ନାଥ, କେ ଆନ୍ନାମଲାଇ, ପୂର୍ବତନ ତେଲଙ୍ଗାନା ରାଜ୍ୟପାଳ ତାମିଲସାଇ ସୁନ୍ଦରରାଜନ, କାନିମୋଝି ଏବଂ ଜିତିନ ପ୍ରସାଦ ପ୍ରମୁଖ ରହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି