Masthead

ସଂସଦ ସୁରକ୍ଷାରେ ତ୍ରୁଟି ଘଟଣା, ନିଲମ୍ବିତ ହେଲେ ୭ ସୁରକ୍ଷା କର୍ମଚାରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସଂସଦରେ ସୁରକ୍ଷା ତ୍ରୁଟି ଘଟଣାରେ କାର୍ଯ୍ୟାନୁଷ୍ଠାନ । ସଂସଦର ସୁରକ୍ଷା ଦାୟିତ୍ୱରେ ଥିବା ୭ କର୍ମଚାରୀଙ୍କୁ କରାଯାଇଛି ନିଲମ୍ବନ । ୭ କର୍ମଚାରୀଙ୍କୁ ନିଲମ୍ବନ କଲା ଲୋକସଭା ସେକ୍ରେଟାରିଏଟ । ଅନ୍ୟପଟେ ସଂସଦ ପରିସରରେ ସନ୍ଦିଗ୍ଧ ଯୁବକ ଯୁବତୀଙ୍କ ହଙ୍ଗାମା ଘଟଣାରେ ୫ ଅଭିଯୁକ୍ତଙ୍କ ବିରୋଧରେ ୟୁଏପିଏରେ ମାମଲା ରୁଜୁ କରାଯାଇଛି । ମାମଲା ରୁଜୁ କରିଛି ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍ । ସେପଟେ ଏହି ଘଟଣା ପରେ ସଂସଦର ସୁରକ୍ଷା ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ହୋଇଛି । ପ୍ରବେଶ ପଥରେ ଫୁଲ୍ ବଡି ସ୍କାନର ଲାଗିବ ଏବଂ ସୁରକ୍ଷା ପ୍ରଟୋକଲ ସଂଶୋଧନ କରାଯିବ ।

ସାଂସଦ, ଷ୍ଟାଫ୍ ଓ ସାମ୍ବାଦିକଙ୍କ ପାଇଁ ଭିନ୍ନ ଭିନ୍ନ ପ୍ରବେଶ ପଥ ରହିବ । ଯେତେବେଳେ ଭିଜିଟର୍ସ ପାସ୍ ଉପରୁ ବ୍ୟାନ ହଟିବ, ସେତେବେଳେ ଦର୍ଶକମାନେ ଚତୁର୍ଥ ଗେଟ୍ ଦେଇ ପଶିବେ । ଭିଜିଟର୍ସ ଗ୍ୟାଲେରୀ ଆଗରେ କାଚ ଲାଗିବ, ଯେପରି କେହି ସାଂସଦମାନଙ୍କ ନିକଟକୁ ଯାଇପାରିବେ ନାହିଁ । ଏଥିସହ ହାଉସ୍ ଭିତରେ ସୁରକ୍ଷାକର୍ମୀଙ୍କ ସଂଖ୍ୟା ବଢ଼ିବ। ଗତକାଲି ଲୋକସଭା ଅଧିବେଶନ ଚାଲିଥିବାବେଳେ, ୨ ଜଣ ଯୁବକ ହଠାତ୍ ଲୋକସଭା ଭିତରକୁ ଲମ୍ଫ ପ୍ରଦାନ କରିଥିଲେ । ଭିଜିଟର ଗ୍ୟାଲେରୀରୁ ଏହି ଦୁଇ ଯୁବକ ଲୋକସଭା ଭିତରକୁ ଡେଇଁଥିଲେ । ହେଲେ ସେହି ସମୟରେ ସେଠାରେ ଉପସ୍ଥିତ ଥିବା ସାଂସଦମାନେ ତାଙ୍କୁ କାବୁ କରିବା ସହିତ ସୁରକ୍ଷାକର୍ମୀଙ୍କୁ ହସ୍ତାନ୍ତର କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ