Masthead

ଓମ ବିର୍ଲା ଲୋକସଭା ବାଚସ୍ପତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୁଣି ଲୋକସଭା ବାଚସ୍ପତି ହେଲେ ଓମ୍ ବିର୍ଲା । ଇଣ୍ଡି ମେଣ୍ଟ ପ୍ରାର୍ଥୀ କେ. ସୁରେଶଙ୍କୁ ହରାଇ ବାଚସ୍ପତି ନିର୍ବାଚିତ ହେଲେ ଓମ ବିର୍ଲା । ଦ୍ୱିତୀୟ ଥର ପାଇଁ ବାଚସ୍ପତି ନିର୍ବାଚିତ ହେଲେ ଓମ୍ ବିର୍ଲା । ନିର୍ବାଚିତ ଘୋଷଣା କଲେ କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ ।ଓମ୍ ବିର୍ଲା ବାଚସ୍ପତି ଭାବେ ନିର୍ବାଚିତ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେହିଭଳି ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମଧ୍ୟ ଗୃହରେ ଓମ୍ ବିର୍ଲାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ଗୃହକାର୍ଯ୍ୟ ଆରମ୍ଭରୁ ଏନଡିଏର ବାଚସ୍ପତି ପ୍ରାର୍ଥୀ ଭାବେ ଓମ୍ ବିର୍ଲାଙ୍କ ନାଁ ପ୍ରସ୍ତାବ ରଖିଥିଲେ ପ୍ରଧାନମନ୍ତ୍ରୀ ମୋଦୀ । ଯାହାକୁ ଏନଡିଏରେ ଥିବା ସହଯୋଗୀ ଦଳ ସମର୍ଥନ କରିଥିଲେ । ସେହିଭଳି ଇଣ୍ଡିଆ ମେଣ୍ଟ ପକ୍ଷରୁ କେ ସୁରେଶଙ୍କ ନାଁ ବାଚସ୍ପତି ପ୍ରାର୍ଥୀ ଭାବେ ପ୍ରସ୍ତାବ ରଖାଯାଇଥିଲା । ଯାହାକୁ ଇଣ୍ଡିଆ ମେଣ୍ଟରେ ଥିବା ଦଳ ଗୁଡିକ ସମର୍ଥନ ଜଣାଇଥିଲେ । ତେଣୁ କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ ଧ୍ୱନିମତ ସଂଗ୍ରହ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ