ଓମ ବିର୍ଲା ଲୋକସଭା ବାଚସ୍ପତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୁଣି ଲୋକସଭା ବାଚସ୍ପତି ହେଲେ ଓମ୍ ବିର୍ଲା । ଇଣ୍ଡି ମେଣ୍ଟ ପ୍ରାର୍ଥୀ କେ. ସୁରେଶଙ୍କୁ ହରାଇ ବାଚସ୍ପତି ନିର୍ବାଚିତ ହେଲେ ଓମ ବିର୍ଲା । ଦ୍ୱିତୀୟ ଥର ପାଇଁ ବାଚସ୍ପତି ନିର୍ବାଚିତ ହେଲେ ଓମ୍ ବିର୍ଲା । ନିର୍ବାଚିତ ଘୋଷଣା କଲେ କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ ।ଓମ୍ ବିର୍ଲା ବାଚସ୍ପତି ଭାବେ ନିର୍ବାଚିତ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେହିଭଳି ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମଧ୍ୟ ଗୃହରେ ଓମ୍ ବିର୍ଲାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ଗୃହକାର୍ଯ୍ୟ ଆରମ୍ଭରୁ ଏନଡିଏର ବାଚସ୍ପତି ପ୍ରାର୍ଥୀ ଭାବେ ଓମ୍ ବିର୍ଲାଙ୍କ ନାଁ ପ୍ରସ୍ତାବ ରଖିଥିଲେ ପ୍ରଧାନମନ୍ତ୍ରୀ ମୋଦୀ । ଯାହାକୁ ଏନଡିଏରେ ଥିବା ସହଯୋଗୀ ଦଳ ସମର୍ଥନ କରିଥିଲେ । ସେହିଭଳି ଇଣ୍ଡିଆ ମେଣ୍ଟ ପକ୍ଷରୁ କେ ସୁରେଶଙ୍କ ନାଁ ବାଚସ୍ପତି ପ୍ରାର୍ଥୀ ଭାବେ ପ୍ରସ୍ତାବ ରଖାଯାଇଥିଲା । ଯାହାକୁ ଇଣ୍ଡିଆ ମେଣ୍ଟରେ ଥିବା ଦଳ ଗୁଡିକ ସମର୍ଥନ ଜଣାଇଥିଲେ । ତେଣୁ କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ ଧ୍ୱନିମତ ସଂଗ୍ରହ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ