Masthead

ଗୋଟିଏ ମଞ୍ଚରେ ନଜର ଆସିବେ ଶରଦ ପାୱାର-ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଲୋକମାନ୍ୟ ତିଳକ ରାଷ୍ଟ୍ରୀୟ ପୁରସ୍କାରରେ ସମ୍ମାନିତ ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଅଗଷ୍ଟ ୧ରେ ପୁନେରେ ଏକ କାର୍ଯ୍ୟକ୍ରମରେ ଲୋକମାନ୍ୟ ତିଳକ ରାଷ୍ଟ୍ରୀୟ ପୁରସ୍କାରରେ ସମ୍ମାନିତ ହେବେ। ଯେଉଁଠାରେ ମୁଖ୍ୟ ଅତିଥି ଭାବରେ ଏନସିପି ମୁଖ୍ୟ ଶରଦ ପାୱାରଙ୍କୁ ନିମନ୍ତ୍ରଣ କରାଯାଇଛି। ପ୍ରଧାନମନ୍ତ୍ରୀ ତାଙ୍କର ସର୍ବୋଚ୍ଚ ନେତୃତ୍ୱ ତଥା ନାଗରିକଙ୍କ ମଧ୍ୟରେ ଦେଶପ୍ରେମର ଭାବନା ଜାଗ୍ରତ କରିଥିବାରୁ ଏହି ପୁରସ୍କାର ପାଇଁ ତାଙ୍କୁ ମନୋନୀତ କରାଯାଇଛି।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଶରଦ ପାୱାରଙ୍କୁ ନିମନ୍ତ୍ରଣ କରାଯାଇଥିବାବେଳେ ତାଙ୍କ ପୁତୁରା ତଥା ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ମଧ୍ୟ ନିମନ୍ତ୍ରିତ ହୋଇଛନ୍ତି। ଟ୍ରଷ୍ଟ ମୁଖ୍ୟ ଦୀପକ ତିଳକ ଏକ ବିବୃତ୍ତିରେ କହିଛନ୍ତି ଯେ ତିଳକ ସ୍ମାରକ ମନ୍ଦିର ଟ୍ରଷ୍ଟ (ହିନ୍ଦ ସ୍ବରାଜ ସଂଗଠନ) ଲୋକମାନ୍ୟ ତିଳକ ରାଷ୍ଟ୍ରୀୟ ପୁରସ୍କାରରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସମ୍ମାନିତ କରାଯିବ। ଅନ୍ୟ ନିମନ୍ତ୍ରିତ ବ୍ୟକ୍ତିଙ୍କ ମଧ୍ୟରେ ମହାରାଷ୍ଟ୍ର ରାଜ୍ୟପାଳ ରମେଶ ବୈଶ, ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ, ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନ୍‌ଭିସ ଏବଂ ଅଜିତ ପାୱାର ଅଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ