Masthead

‘ନିର୍ବାଚନର କ୍ଲାଇମାକ୍ସ’: ଭୋଟ ଦେଲେ ଭିଭିଆଇପି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):   ଆଜି ଦେଶ ତଥା ରାଜ୍ୟରେ ଶେଷ ପରର୍ଯ୍ୟାୟ ନିର୍ବାଚନ ଆରମ୍ଭ ହୋଇଯାଇଛି । ଦେଶର ସପ୍ତମ ତଥା ଓଡ଼ିଶାର ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ଲୋକସଭା ଓ ବିଧାନସଭା ଆସନ ପାଇଁ ଚାଲିଛି ଫାଇଟ୍ । ‘ନିର୍ବାଚନର କ୍ଲାଇମାକ୍ସ’ରେ ଭୋଟ୍‌ ଦେଲେ ଭିଭିଆଇପି। ଏହାରି ଭିତରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ପୋଲିଂ ବୁଥ ଆସି ନିଜ ମତଦାନ ସାବ୍ୟସ୍ତ କରିଛନ୍ତି। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୋରଖପୁରର ଗୋରଖନାଥଙ୍କ ଝୁଲେଲାଲ ମନ୍ଦିର ନିକଟରେ ଅବସ୍ଥିତ ପ୍ରାଥମିକ ବିଦ୍ୟାଳୟରେ ଭୋଟ୍ ଦେଇଛନ୍ତି।

ଏହାପରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସମସ୍ତଙ୍କୁ ଭୋଟ୍ ଦେବାକୁ ଅପିଲ୍ କରିଛନ୍ତି। ସେ କହିଛନ୍ତି, ଗତ ୨.୫ ମାସ ଧରି ଦେଶର ସାଧାରଣ ଲୋକଙ୍କ ଆକାଂକ୍ଷା ପୂରଣ କରିବା ପାଇଁ ବିଭିନ୍ନ ଦଳ ଲୋକଙ୍କ ଆଶା ଅନୁଯାୟୀ ଜନସାଧାରଣଙ୍କ ନିକଟରେ ନିଜର ପ୍ରସଙ୍ଗ ଉପସ୍ଥାପନ କରିଛନ୍ତି। ଆଜି ୫୭ଟି ଆସନରେ ମତଦାନ ଚାଲିଛି। ପ୍ରତିକୂଳ ପାଗ ପରିସ୍ଥିତି ସତ୍ତ୍ୱେ ଭୋଟରଙ୍କ ଉତ୍ସାହ ପାଇଁ ମୁଁ ସେମାନଙ୍କୁ କୃତଜ୍ଞତା ଜଣାଉଛି। ସେହିପରି ଅନ୍ତିମ ପର୍ୟ୍ୟାୟ ନିର୍ବାଚନରେ ହିମାଚଳ ପ୍ରଦେଶର ବିଳାସପୁରରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଭୋଟ୍ ଦେଇଛନ୍ତି।

ଏହାପରେ ସେ ଜନସାଧାରଣଙ୍କୁ ଭୋଟ ଦେବାକୁ ଅପିଲ କରିଛନ୍ତି। ସେ କହିଛନ୍ତି ଏକ ସକ୍ଷମ, ସଶକ୍ତ ତଥା ଆତ୍ମନିର୍ଭରଶୀଳ ଭାରତ ପାଇଁ ବହୁ ସଂଖ୍ୟାରେ ଭୋଟ୍ ଦେବାକୁ ମୁଁ ସମସ୍ତ ଭୋଟରଙ୍କୁ ନିବେଦନ କରୁଛି। ସେହିପରି ଆମ ଆଦମୀ ପାର୍ଟି ସାଂସଦ ରାଘବ ଚଡ୍ଡା ମଧ୍ୟ ନିଜ ମତଦାନ ସାବ୍ୟସ୍ତ କରିଛନ୍ତି। ପଞ୍ଜାବର ଆନନ୍ଦପୁର ସାହିବ ନିର୍ବାଚନମଣ୍ଡଳି ଲାଖନୋରର ସାହିବଜାଦା ଅଜିତ ସିଂହ ନଗର ଭୋଟ୍ କେନ୍ଦ୍ରରେ ଭୋଟ୍‌ ଦେଇଛନ୍ତି। ସେ କହିଛନ୍ତି ଯେ ଆଜି ଭାରତରେ ଏକ ମହାନ୍ ପର୍ବ ପାଳନ ହେଉଛି। ନାଗରିକଙ୍କ ପ୍ରତ୍ୟେକ ଭୋଟ୍ ଦେଶର ଦିଗ ଏବଂ ସ୍ଥିତି ସ୍ଥିର କରିବ। ମୁଁ ସମସ୍ତଙ୍କୁ ଅନୁରୋଧ କରୁଛି ଯେ ସେମାନଙ୍କର ସାମ୍ବିଧାନିକ ଅଧିକାର ସାବ୍ୟସ୍ତ କରନ୍ତୁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ