ମାଉସୀ ମା’ ମନ୍ଦିରରେ ଲୁଟ୍

ପୁରୀ (ବଡ଼ ଖବର ବ୍ୟୁରୋ): ପୁରୀରେ ମାତିଲେ ଲୁଟେରା । କିଛି ଦିନ ହେବ ଲୁଟେରାମାନେ ବିଭିନ୍ନ ଦୋକାନକୁ ଟାର୍ଗେଟ କରି ସଫଳ ହୋଇଥିଲେ । ଏବେ ସେମାନଙ୍କ ଟାର୍ଗେଟରେ ମନ୍ଦିର । ବଡଦାଣ୍ଡ ବଳଗଣ୍ଡି ନିକଟରେ ଥିବା ମାଉସୀ ମା’ ମନ୍ଦିରରେ ପଶି ଦୁବୃର୍ତ୍ତମାନେ କଳାକନା ବୁଲେଇ ଦେଇଛନ୍ତି । ମୁଖ୍ୟ ପ୍ରବେଶ ଦ୍ୱାର ଲୁହା ଗେଟର ତାଲା କାଟି ଲୁଟେରାମାନେ ମନ୍ଦିର ଭିତରେ ପଶିଥିଲେ ।

ପରେ ଭିତରେ ୩ଟି ତାଲା କାଟି ମୁଖ୍ୟ ମନ୍ଦିରରେ ପ୍ରବେଶ କରିଥିଲେ । ମନ୍ଦିରର ହୁଣ୍ଡି ଭାଙ୍ଗି ପ୍ରାୟ ୩୦ ହଜାର ଟଙ୍କା ଲୁଟି ନେଇଥିବା ଆଶଙ୍କା କରାଯାଇଛି । ସେପଟେ ଭିତର ଆଲମିରା ଭାଙ୍ଗି ମା’ଙ୍କ ରୁପା ଅଳଙ୍କାର ଓ ଦାତା ଦେଇଥିବା ଶାଢୀ ଚୋରି କରି ନେଇଯାଇଛନ୍ତି । ଖବର ପାଇ କୁମ୍ଭାରପଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’