Masthead

ମା’ ତାରାତାରିଣୀଙ୍କ ମନ୍ଦିରରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିରରୁ ଚୋରି। ବିଳମ୍ବିତ ରାତିରେ ଲୁଟେରା ମା’ଙ୍କ ମନ୍ଦିରରେ ପଶି କଳାକନା ବୁଲାଇଦେଇଥିବା ଜଣାପଡିଛି। ଲୁଟେରା ପ୍ରାୟ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି କରି ଫେରାର ହୋଇଯାଇଛନ୍ତି। ସୂଚନା ପାଇ ପୁରୁଷୋତ୍ତମପୁର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନାଯୋଗ୍ୟ ଗତକାଲି ମଧ୍ୟ ରାତ୍ରରେ ଗଞ୍ଜାମ ଜିଲ୍ଲାର ଆରାଧ୍ୟା ଦେବୀ ମା’ ତାରାତାରିଣୀଙ୍କ ମନ୍ଦିରର ଗ୍ରିଲ ଭାଙ୍ଗି ଭିତରେ ପଶିଥିଲେ କିଛି ଦୁର୍ବୃତ୍ତ ।

ମା’ଙ୍କ ରୂପା ମୁକୁଟ, ଛତ୍ରି, ସହ ବାହାର ହୁଣ୍ଡିରୁ ପ୍ରାୟ ଲକ୍ଷାଧିକ ଟଙ୍କା ନେଇ ଯାଇଥିବା ଜଣାଯାଇଛି। ସକାଳୁ ସକାଳୁ ମନ୍ଦିର ପୂଜକ ମନ୍ଦିରକୁ ଆସି ଦେଖିବା ବେଳକୁ ମନ୍ଦିର ହୁଣ୍ଡି ଭଙ୍ଗା ଯିବା ସହ ଗ୍ରିଲ କଟାଯାଇଛି । ଏନେଇ ସଙ୍ଗେ ସଙ୍ଗେ ମନ୍ଦିର ଟ୍ରଷ୍ଟକୁ ଖବର ଦେଇଥିଲେ ମନ୍ଦିର ପୂଜକ । ମନ୍ଦିର ଟ୍ରଷ୍ଟ ଘଟଣାସ୍ଥଳରେ ପହଞ୍ଚିବା ସହ ପୁଲିସକୁ ଖବର ଦେଇଥିଲା । ପୁରୁଷୋତ୍ତମପୁର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା