Masthead

ବଚସା ପରେ ଲୁଟ୍, ଆକ୍ରମଣ

ବରଗଡ଼ (ବଡ଼ ଖବର ବ୍ୟୁରୋ): ବରଗଡ଼ ସଦର ଥାନା ଧାଙ୍ଗେର ଗାଁ ସ୍ଥିତ ଦିଲୀପ କୁମାର ପଣ୍ଡାଙ୍କ ଆଲମିରା କାରଖାନା ଐରାବତ ଷ୍ଟିଲରେ କାର୍ଯ୍ୟରତ ମ୍ୟାନେଜର ଅକ୍ଷୟ କୁମାର ଧଳଙ୍କ ସମେତ ୨ କର୍ମଚାରୀଙ୍କୁ ସଙ୍ଘବଦ୍ଧ ଆକ୍ରମଣ ହୋଇଛି । ଏନେଇ ବରଗଡ଼ ସଦର ଥାନାରେ ଅଭିଯୋଗ ହୋଇଛି। ଆକ୍ରମଣରେ ମ୍ୟାନେଜର ଧଳ ଗୁରୁତର ଆହତ ହୋଇ ବୁର୍ଲା ବଡ଼ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। କେତେକ ଦୁର୍ବୃତ୍ତ ତାଙ୍କଠାରୁ ୩ ଲକ୍ଷ ୫୬ ହଜାର ଟଙ୍କା ଲୁଟିବା ସହ ୪ ବାଇକ, ଗୋଟିଏ କାର ଓ ଗୋଟିଏ ମାଲ ବୋଝେଇ ଟାଟା ଏସିଇକୁ ଓଲଟାଇ ନଷ୍ଟ କରିଦେଇଥିବା ଦିଲୀପ ଅଭିଯୋଗପତ୍ରରେ ଦର୍ଶାଇଛନ୍ତି। ଏହି ଘଟଣାକୁ ନେଇ ସଦର ଥାନାରେ ଏକ ଲୁଟ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଛି। ୮ରୁ ଊର୍ଦ୍ଧ୍ୱ ବ୍ୟକ୍ତି ଆକ୍ରମଣରେ ସାମିଲ ଥିବା ଅଭିଯୋଗରେ ଦର୍ଶାଇଛନ୍ତି । ସାମାନ୍ୟ ବଚସାକୁ କେନ୍ଦ୍ର କରି ଏହି ଘଟଣା ଘଟିଛି ବୋଲି କହିଛନ୍ତି ଦିଲୀପ । ଖୁବଶୀଘ୍ର ଅଭିଯୁକ୍ତମାନଙ୍କୁ ଧରାଯିବ ବୋଲି କହିଛନ୍ତି ବରଗଡ଼ ସଦର ଥାନା ଅଧିକାରୀ ଦିଲୀପ କୁମାର ବେହେରା । ତେବେ କେଉଁ କାରଣରୁ ଆଲମିରା କାରଖାନାର ମ୍ୟାନେଜର ଓ ସମ୍ପୃକ୍ତ ବ୍ୟକ୍ତିମାନଙ୍କ ମଧ୍ୟରେ ବଚସା ହେଲା ତାହା ସ୍ପଷ୍ଟ ହୋଇନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ