Masthead

ବନ୍ଧୁକ ଲଗାଇ ବ୍ୟବସାୟୀଙ୍କଠାରୁ ଲୁଟିନେଲେ ଲକ୍ଷାଧିକ ଟଙ୍କା

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ବନ୍ଧୁକ ଲାଗାଇ ଲୁଟିନେଲେ ଲକ୍ଷାଧିକ ଟଙ୍କା । ବାଲେଶ୍ୱର ଜିଲ୍ଲା ଖନ୍ତାପଡା ଥାନା ସଲଟରୋଡ କଣ୍ଟିଆଚିରା ପୋଲ ନିକଟରେ ଘଟିଛି ଏହି ଘଟଣା । ବିଳମ୍ବିତ ରାତିରେ ଜଣେ ସିମେଣ୍ଟ ଗୋଦାମ କର୍ମଚାରୀଙ୍କ ନିକଟରୁ ଲୁଟ ହୋଇଥିବା ଖନ୍ତାପଡ଼ା ଥାନାରେ ଅଭିଯୋଗ ହୋଇଛି । ସୋରରୁ ଓଁ ନମଃ ଶିବାୟ ଏଣ୍ଟରପ୍ରାଇଜେସ ସିମେଣ୍ଟ ଦୋକାନର ଜଣେ କର୍ମଚାରୀ ଲୁଟର ଶିକାର ହୋଇଛନ୍ତି ।

ସୋର ଅଞ୍ଚଳର ଦିଲ୍ଲୀପ କୁମାର ଦାସ ବାକି ଟଙ୍କା କଲେକ୍ସନ ପାଇଁ ଯାଇଥିଲେ। ଟଙ୍କା କଲେକ୍ସନ ସାରି ବିଳମ୍ବିତ ରାତିରେ ବାଇକଯୋଗେ କର୍ମଚାରୀ ଜଣକ ସୋର ଅଭିମୁଖେ ଫେରୁଥିବା ବେଳେ ଖନ୍ତାପଡ଼ା ଥାନା କାନକଟା କଣ୍ଟିଆଚିରା ପୋଲ ନିକଟରେ ୨ ଜଣ ଦୁର୍ବୃତ୍ତ ବାଇକରେ ଆସି ଅଟକାଇଥିଲେ। ବନ୍ଧୁକ ଓ ମାରଣାସ୍ତ୍ର ଲଗାଇ ଦୁଇଟି ସୁନା ମୁଦି, ଦୁଇଟି ମୋବାଇଲ, ମଟର ସାଇକେଲ ସହିତ ପାଖରେ ଥିବା ୪ଲକ୍ଷ୮୦ହଜାର ନେଇଯାଇଥିବାର ଜଣା ପଡ଼ିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ