Masthead

ଜ୍ୱରରେ କମ୍ପୁଛନ୍ତି ମହାପ୍ରଭୁ: ଆଜି ଚତୁର୍ଦ୍ଧାବିଗ୍ରହଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରି ତେଲ

ପୁରୀ(ବଡ଼ ଖବର ବ୍ୟୁରୋ): ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗରା ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ଅଣସର ଘରେ ଏବେ ଚତୁର୍ଦ୍ଧାବିଗ୍ରହଙ୍କ ଗୁପ୍ତ ଚିକିତ୍ସା ବା ଗୁପ୍ତ ସେବା ଜାରି ରହିଛି । ଆଜି ଅଣସର ଗୃହରେ ଦାରୁଦିଅଁଙ୍କ ଶ୍ରୀଅଙ୍ଗରେ ଫୁଲୁରୀ ତେଲ ଲାଗି କରାଯିବ। ଦଇତାପତି ସେବକମାନେ ଏହି ଫୁଲୁରୀ ତେଲ ଲାଗି କରିଵେ । ମହାପ୍ରଭୁଙ୍କ ଗୁପ୍ତନୀତି ମଧ୍ୟରେ ଫୁଲୁରୀ ତେଲ ଲାଗି ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ପ୍ରତିବର୍ଷ ବଡ ଓଡ଼ିଆ ମଠ ପକ୍ଷରୁ ମହାପ୍ରଭୁଙ୍କ ଲାଗି ଫୁଲୁରୀ ତେଲ ଯୋଗାଇ ଦିଆଯାଇଥାଏ । ପ୍ରତିବର୍ଷ ଅଣସରରେ ୬ ସେର ଫୁଲୁରୀ ତେଲ ଯୋଗା ଯାଇଥାଏ। ହେରାପଞ୍ଚମୀ ଦିନ ଘଣାପେଡ଼ା ରାଶିତେଲରେ ୧୪ ପ୍ରକାର ଫୁଲ, ୭ ପ୍ରକାର ଔଷଧୀୟ ଚେରମୂଳ ଏବଂ ସୁବାସିତ ଦ୍ରବ୍ୟ ପକାଇ ଏକ ପାତ୍ରରେ ରଖି ମାଟିତଳେ ଏକବର୍ଷ କାଳ ପୋତାଯାଇଥାଏ। ଦେବସ୍ନାନ ପୂର୍ଣ୍ଣିମା ପୂର୍ବଦିନ ମାଟିତଳୁ ତେଲକୁ ବାହାର କରାଯାଇ ରଖାଯାଇଥାଏ।

ପଞ୍ଚମୀ ଦିନ ଅର୍ଥାତ ଆଜି ତେଲକୁ ଛଣାଯାଇ ଅମୁଣିଆ ପ୍ରସ୍ତୁତ କରି ମହାପ୍ରଭୁଙ୍କୁ ଲାଗି ପାଇଁ ପଠାଯାଏ। ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ଏବଂ ଦକ୍ଷିଣୀ ଘର ଭୋଗ ସମ୍ପନ୍ନ ହେବା ପରେ ଜୟବିଜୟ ଦ୍ୱାର ବନ୍ଦ ହୋଇ ଅଣସର ଘର ଦ୍ୱାର ଖୋଲାଯାଇ ଏହି ନୀତି ଆରମ୍ଭ ହେବ । ପତି ମହାପାତ୍ର ସେବକ ୩ଟି ରୂପା ପିଙ୍ଗଣରେ ଫୁଲୁରୀ ତେଲ ନେଇ ସଂସ୍କାର କରିବା ପରେ ଦଇତାପତିମାନେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଏହାକୁ ମାଲିସ୍ କରିବେ । ବିଶ୍ୱାସ ରହିଛି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଫୁଲୁରି ତେଲ ମାଲିସ୍ କରାଯିବା ପରେ ମହାପ୍ରଭୁ ଜ୍ୱରରୁ ସାମାନ୍ୟ ଆଶ୍ୱସ୍ତି ଅନୁଭବ କରିଥାନ୍ତି । ଅନ୍ୟପଟେ ଆସନ୍ତାକାଲି ଠାରୁ ତିନି ଦିନ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଠାରେ ଓଷ ଲାଗି କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା