Masthead

ତ୍ରିବିକ୍ରମ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ପୁରୀ(ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିରରେ ଭକ୍ତଙ୍କ ନାହିଁ ନଥିବା ଭିଡ଼ । ପଞ୍ଚୁକ ପାଇଁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ । କାର୍ତ୍ତିକ ମାସ ଶୁକ୍ଳ ତ୍ରୟୋଦଶୀ ତିଥିରେ ତ୍ରିବିକ୍ରମ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ । ରତ୍ନ ସିଂହାସନରେ ଶ୍ରୀଜିଉଙ୍କ ତ୍ରିବିକ୍ରମ ବେଶ ଦର୍ଶନ ପାଇଁ ଭକ୍ତଙ୍କ ଲମ୍ବା ଲାଇନ ଲାଗିଛି । ବିଭିନ୍ନ ଦିବ୍ୟ ଅଳଙ୍କାରରେ ବିଭୂଷିତ ହୋଇଛନ୍ତି ଶ୍ରୀଜିଉ । ମହାପ୍ରଭୁଙ୍କ ଅବକାଶ ନୀତି ପରେ ଏହି ବେଶ ଅନୁଷ୍ଠିତ ହୋଇଛି । ଆଜିର ଦିନରେ ମହାପ୍ରଭୁଙ୍କ ଏହି ବେଶ ଦର୍ଶନ କଲେ ଜନ୍ମଜନ୍ମାନ୍ତର ପାପରୁ ମୁକ୍ତି ମିଳେ ବୋଲି ବିଶ୍ୱାସ ରହିଛି ।

ଆସନ୍ତାକାଲି ମହାପ୍ରଭୁଙ୍କ ଲକ୍ଷ୍ମୀନୃସିଂହ ବେଶ ଅନୁଷ୍ଠିତ ହେବ । ସେପଟେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ସ୍ୱତନ୍ତ୍ର ବାୟୋ ଟଏଲେଟ, ବ୍ୟାରିକେଡରେ ବିଶୁଦ୍ଧ ପିଇବା ପାଣି ବ୍ୟବସ୍ଥା, ବରିଷ୍ଠ ନାଗରିକଙ୍କ ପାଇଁ ସ୍ୱତନ୍ତ୍ର ହେଲପ ଡେସ୍କ ଓ ବିଶ୍ରାମ ପାଇଁ ବ୍ୟବସ୍ଥା କରାଯାଇଛି । ଗହଳିକୁ ଦୃଷ୍ଟିରେ ରଖି ୪୦ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ