Masthead

ମହାପ୍ରଭୁଙ୍କ ରାଜରାଜେଶ୍ୱର ବେଶ ଦର୍ଶନ ପାଇଁ ଲମ୍ବା ଲାଇନ

ପୁରୀ(ବଡ଼ ଖବର ବ୍ୟୁରୋ): ସୁନାବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ । ଶ୍ରୀକ୍ଷେତରେ ଲାଗିଛି ଲକ୍ଷାଧିକ ଶ୍ରଦ୍ଧାଳଙ୍କୁ ଭିଡ । ଜିଲ୍ଲା, ପୋଲିସ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମଧ୍ୟ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଗତକାଲି ରାତି ତମାମ ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ କରିବାର ସୁଯୋଗ ପାଇଥିବା ବେଳେ ଆଜିର ଏହି ଦୁର୍ଲଭ ବେଶ ଦର୍ଶନ କରିବା ପାଇଁ ବେଶ୍ ଉତ୍କଣ୍ଠାର ସହ ଅପେକ୍ଷା କରିଛନ୍ତି। ସୁରକ୍ଷାକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ୬୯ ପ୍ଲାଟୁନ ପୋଲିସ ଫୋର୍ସ ସହ ୨୦୦ ବରିଷ୍ଠ ଅଧିକାରୀ ମୁତୟନ ହୋଇଛନ୍ତି। ମହାପ୍ରଭୁଙ୍କ ରାଜରାଜେଶ୍ୱର ବେଶ ଦର୍ଶନ ପାଇଁ ଲାଗିଛି ଲମ୍ବା ଲାଇନ । ସେପଟେ ଶ୍ରୀକ୍ଷେତ୍ରର ମହୋଦଧି ସମେତ ପଞ୍ଚତୀର୍ଥ ପୁଷ୍କରିଣୀରେ ଡଙ୍ଗା ଭସିଇବା ସହ ବୁଡ଼ ପକାଇ ସୂର୍ୟ୍ୟୋଦୟ ଦର୍ଶନ ପାଇଁ ପ୍ରବଳ ଭକ୍ତଙ୍କ ସମାଗମ ହୋଇଛି। ଭିଡ଼କୁ ଦୃଷ୍ଟିରେ ରଖି ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ