Masthead

ରଥ-ପଥ ପ୍ରସ୍ତୁତ: କାଲି ବଡ଼ ଦାଣ୍ଡରେ ଗଡ଼ିବ ରଥ

ପୁରୀ (ବଡ଼ ଖବର ବ୍ୟୁରୋ): ରଥ ପ୍ରସ୍ତୁତ, ପଥ ବି ପ୍ରସ୍ତୁତ । ସୋମବାର ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା । ରବିବାର ତିନିରଥରେ ଆଜ୍ଞାମାଳ ବିଜେ କରିବେ । ଶ୍ରୀମନ୍ଦିର ସିଂହଦ୍ବାର ସମ୍ମୁଖକୁ ଯିବେ ତାଳଧ୍ବଜ, ନନ୍ଦିଘୋଷ ଏବଂ ଦେବଦଳନ। ସୋମବାର ଆଷାଢ ଶୁକ୍ଳ ଦ୍ବିତୀୟା ତିଥିରେ ରଥରେ ବସି ଘୋଷଯାତ୍ରା କରିବେ ଚତୁର୍ଦ୍ଧାମୂର୍ତ୍ତି। କାଲି ସକାଳ ୮ଟା ୩୦ରେ ଶ୍ରୀଜୀଉଙ୍କ ପହଣ୍ଡି ଆରମ୍ଭ ହୋଇ ଦିନ ୧୧ଟା ୩୦ ସୁଦ୍ଧା ଶେଷହେବ। ଏହା ପରେ ରଥରେ ବିଜେ କରିବେ ମଦନମୋହନ। ଶ୍ରୀଜୀଉଙ୍କୁ ଚିତାଲାଗି ଏବଂ ବେଶ କରାଯିବ। ଗଜପତି ମହାରାଜା ଶ୍ରୀଦିବ୍ୟସିଂହ ଦେବ ଦିନ ୧୨ଟା ୪୫ରୁ ୨ଟା ମଧ୍ୟରେ ରଥ ଉପରେ ଛେରାପହଁରା କରିବେ।

ଅପରାହ୍ଣ ୩ଟାରୁ ରଥଟଣା ଆରମ୍ଭ କରାଯିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ରଥଯାତ୍ରାକୁ ଶୃଙ୍ଖଳିତ ଏବଂ ସମୟାନୁବର୍ତ୍ତୀ କରିବା ପାଇଁ ଉଦ୍ୟମ ଚଳାଇଛନ୍ତି ରାଜ୍ୟ ସରକାର। ଶୃଙ୍ଖଳିତ ରଥଯାତ୍ରା ପାଇଁ ପୁଲିସ ଛାଉଣିରେ ପରିଣତ ହୋଇଛି ସମଗ୍ର ପୁରୀ ସହର। ୬୫ପ୍ଲାଟୁନ ପୁଲିସ ଫୋର୍ସଙ୍କୁ ବିଭିନ୍ନ ସ୍ଥାନରେ ନିୟୋଜିତ କରାଯାଇଛି। ବଡ଼ଦାଣ୍ଡକୁ ସଂଯୋଗ କରୁଥିବା ସବୁ ସାହିଗଳି ପ୍ରବେଶ ପଥରେ କାଠ ବ୍ୟାରିକେଡ୍ କରାଯାଇଛି। ଆଜିଠାରୁ ରଥଯାତ୍ରା ପାଇଁ ପୁରୀ ସହରରେ ୪୮ ଘଣ୍ଟିଆ କର୍ଫ୍ୟୁ ଲାଗିବାକୁ ଯାଉଛି। ଆଜି ରାତି ୮ଟାରୁ ୧୩ ତାରିଖ ରାତି ୮ଟା ପର୍ୟ୍ୟନ୍ତ ଏହି କର୍ଫ୍ୟୁ ବଳବତ୍ତର ରହିବ। ଏହି ସମୟ ମଧ୍ୟରେ ବଡ଼ଦାଣ୍ଡର ସମସ୍ତ ଦୋକାନବଜାର ବନ୍ଦ ରହିବ। ଏପରିକି ଔଷଧ ଦୋକାନ ଖୋଲିବା ଉପରେ ମଧ୍ୟ ପ୍ରଶାସନ ରୋକ୍ ଲଗାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସୌମ୍ୟାଶ୍ରୀଙ୍କ ମୃତ୍ୟୁ ପଛରେ ଛାତ୍ର ସଙ୍ଗଠନର ହାତ! 🔴 ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା 🔴 ହାଜର ହେବେ ICC ସଦସ୍ୟ 🔴 କ’ଣ ଚୀନ ଭାରତର ବନ୍ଧୁ ? 🔴 ରାଜ୍ୟରେ ବଢ଼ୁଛି ଛାତ୍ରୀଙ୍କ ଅସଦାଚରଣ ମାମଲା 🔴 କଣ ଆପଣ ଜିଲାପି, ସିଙ୍ଗଡ଼ା ଖାଉଛନ୍ତି କି ? 🔴 ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ମାମଲା, କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ 🔴 ଲୋୟର ପିଏମ୍‌ଜିରେ ପୋଲିସ ବିଜେଡି କର୍ମୀ ଧସ୍ତାଧସ୍ତି 🔴 ୫ ଜିଲ୍ଲାକୁ ପ୍ରବଳ ବର୍ଷା ଆଲର୍ଟ 🔴 ସୌମ୍ୟାଶ୍ରୀ ମୃତ୍ୟୁ ମାମଲା, ବିଜେଡି ପକ୍ଷରୁ ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା 🔴 ସୌମ୍ୟାଶ୍ରୀଙ୍କ ମୃତ୍ୟୁ ପଛରେ ଛାତ୍ର ସଙ୍ଗଠନର ହାତ! 🔴 ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା 🔴 ହାଜର ହେବେ ICC ସଦସ୍ୟ 🔴 କ’ଣ ଚୀନ ଭାରତର ବନ୍ଧୁ ? 🔴 ରାଜ୍ୟରେ ବଢ଼ୁଛି ଛାତ୍ରୀଙ୍କ ଅସଦାଚରଣ ମାମଲା 🔴 କଣ ଆପଣ ଜିଲାପି, ସିଙ୍ଗଡ଼ା ଖାଉଛନ୍ତି କି ? 🔴 ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ମାମଲା, କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ 🔴 ଲୋୟର ପିଏମ୍‌ଜିରେ ପୋଲିସ ବିଜେଡି କର୍ମୀ ଧସ୍ତାଧସ୍ତି 🔴 ୫ ଜିଲ୍ଲାକୁ ପ୍ରବଳ ବର୍ଷା ଆଲର୍ଟ 🔴 ସୌମ୍ୟାଶ୍ରୀ ମୃତ୍ୟୁ ମାମଲା, ବିଜେଡି ପକ୍ଷରୁ ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା