ପ୍ରେମ ସମ୍ପର୍କରୁ ହତ୍ୟା

କଳାହାଣ୍ଡି, (ବଡ଼ ଖବର ବ୍ୟୁରୋ): କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ଥାନା ଗଏନ୍ଦିମୁଣ୍ଡା ଗାଁରେ ଯୁବକଙ୍କୁ ନିର୍ମମ ହତ୍ୟା। ପ୍ରେମ ସଂପର୍କକୁ ନେଇ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି । ଗତକାଲି ଖଲିଆକାନୀ ଗାଁର ଦିଲୀପ ମେହେର ସାଙ୍ଗ ଲୋକନାଥଙ୍କ ସହ ଗଏନ୍ଦିମୁଣ୍ଡା ଯାଇଥିଲେ। ସେଠାରେ ଝିଅର ପରିବାର ଲୋକ ସେମାନଙ୍କୁ ଘେରାଉ କରିଥିଲେ। ଘଟଣାସ୍ଥଳରେ ଉତ୍ତେଜନା ହେବାରୁ ତାଙ୍କ ସାଙ୍ଗ ସେଠାରୁ ଖସି ଘଟଣା ସମ୍ପର୍କରେ ପରିବାର ଲୋକଙ୍କୁ ସୂଚନା ଦେଇଥିଲେ। ପରିବାର ଲୋକ ଦିଲୀପଙ୍କୁ ଖୋଜାଖୋଜି କରିବା ବେଳେ ଗାଁ ମୁଣ୍ଡରେ ତାଙ୍କ ରକ୍ତ ଜୁଡୁବୁଡୁ ଶବ ପଡିଥିବା ଦେଖି ପୋଲିସକୁ ଖବର ଦେଇଥିଲେ। ଏହାଏକ ହତ୍ୟାକାଣ୍ଡ ଵୋଲି ପରିବାର ଲୋକ ଅଭିଯୋଗ କରିଛନ୍ତି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ପ୍ରେମ ସମ୍ପର୍କରୁ ହତ୍ୟା ହୋଇଛି ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ପୋଲିସ ଝିଅ, ଝିଅର ବାପା, ମାଆ ଓ ଭାଇଙ୍କୁ ଅଟକ ରଖି ସାଇଣ୍ଟିଫିକ ଟିମ ସହାୟତାରେ ତଦନ୍ତ କରୁଛି । ସୂଚନାଯୋଗ୍ୟ, ଗୋଇନ୍ଦିମୁଣ୍ଡା ଗାଁର ଜଣେ ଯୁବତୀଙ୍କୁ ଦିଲୀପ ଦୀର୍ଘଦିନ ହେବ ପ୍ରେମ କରୁଥିଲେ । ଉପହାର ସ୍ୱରୂପ ଦିଲୀପ ଯୁବତୀଙ୍କୁ ଗୋଟିଏ ମୋବାଇଲ ଦେଇଥିଲେ । ତାଙ୍କ ସହ ମୋବାଇଲରେ କଥା ହେଉଥିଲେ । ଗତ କାଲି ଦୁଇ ସାଙ୍ଗ ମୋବାଇଲ ଆଣିବାକୁ ଯାଇଥିବା ସମୟରେ ଏହି ଘଟଣା ଘଟିଥିବା ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି । ଅନ୍ୟପଟେ ପ୍ରେମ ସମ୍ପର୍କକୁ ନେଇ ତାଙ୍କୁ ହତ୍ୟା କରାଯାଇଥିବା କହିଛନ୍ତି ଦିଲୀପଙ୍କ ଭାଇ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ