Masthead

କମିବ ଖାଇବା ତେଲ ଦାମ !

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦେଶରେ ଖାଇବା ତେଲ ବୃଦ୍ଧିକୁ ନେଇ ଚିନ୍ତାରେ ଖାଉଟି । ତେଲର ଦାମ ଏତେ ମାତ୍ରାରେ ବଢୁଛି ଯାହାକି ଖାଉଟିଙ୍କୁ ଅସ୍ତବ୍ୟସ୍ତ କରିସାରିଲାଣି । ଲଗାତାର ଭାବେ ଦେଶରେ କିଛି ମାସ ହେଲା ତେଲର ଦାମ ବଢିବଢି ଯାଉଛି । ସରକାର କେତେକ ତେଲର ଆମଦାନି ହ୍ରାସ କରିଛନ୍ତି । ଏହା ଖାଉଟିଙ୍କୁ ଦର ବୃଦ୍ଧିରୁ କିଛିଟା ଆଶ୍ୱସ୍ତି ଦେବ ବୋଲି ଆଶା କରାଯାଉଛି । ବିଶ୍ୱର ସବୁଠୁ ଅଧିକ ଖାଇବା ତେଲ ଆମଦାନି କରିଥିବା ରାଷ୍ଟ୍ର ଭାରତରେ ଏହାଦ୍ୱାରା ଅନ୍ତର୍ଜାତୀୟ ବଜାରରୁ ଅଧିକ ତେଲ କିଣିବ ବୋଲି ଆକଳନ କରାଯାଉଛି ।

ଫଳରେ ଭାରତରେ ତୈଳ ଯୋଗାଣରେ ଉନ୍ନତି ଆସିବ । ସରକାର ତାଳ ତେଲ ଉପରେ ମୂଳ ଆମଦାନି ଶୁଳ୍କକୁ ୧୦ ପ୍ରତିଶତରୁ ୨.୫ ପ୍ରତିଶତକୁ କମାଇଛନ୍ତି । ସେହିଭଳି ସୋୟାବିନ ଏବଂ ସୂର୍ଯ୍ୟମୁଖୀ ତେଲର ଆମଦାନି ଶୁଳ୍କ ୭.୫ ପ୍ରତିଶତରୁ ୨.୫ ପ୍ରତିଶତକୁ ହ୍ରାସ କରିଛନ୍ତି । ଏଥିସହିତ ରିଫାଇନ ତେଲ, ସୋୟାବିନ ଏବଂ ସୂର୍ଯ୍ୟମୁଖୀ ତେଲର ମୂଳ ଆମଦାନି ଶୁଳ୍କ ୩୭.୫ ପ୍ରତିଶତରୁ ୩୨.୫ ପ୍ରତିଶତକୁ କମାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ