Masthead

ଲଘୁଚାପ: ଏହି ସବୁ ଜିଲ୍ଲାବାସୀ ରୁହନ୍ତୁ ସତର୍କ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ଉତ୍ତର ଆଣ୍ଡାମାନ ସାଗର ତଥା ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଦାନା ବାନ୍ଧିଛି ଲଘୁଚାପ। ଆଜି ସକାଳେ ଏହା ୱେଲ ମାର୍କଡ୍ ଲୋ-ପ୍ରେସରରେ ପରିଣତ ହୋଇଛି। କ୍ରମଶଃ ଏହା ଘନୀଭୂତ ହେଉଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅବପାତ (ଡିପ୍ରେସନ)ରେ ପରିଣତ ହୋଇ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହେବ। ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଅଧିକ ଘନୀଭୂତ ହୋଇ ଡିପ୍ ଡିପ୍ରେସନରେ ପରିଣତ ହେବାର ସମ୍ଭାବନା ମଧ୍ୟ ରହିଛି। ୧୨ ତାରିଖ ପୂର୍ବାହ୍ନ ସୁଦ୍ଧା ଏହା ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ସ୍ଥଳଭାଗ ଅତିକ୍ରମ କରିପାରେ ବୋଲି ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିସାରିଛି।

ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ସୂଚନା ଦେଇଛି। ୧୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ପୁରୀ ଓ ଗଞ୍ଜାମ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୨ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଗଜପତି, ଗଞ୍ଜାମ, ପୁରୀ, ରାୟଗଡ଼ା, ଜଗତସିଂହପୁର, ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୩ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଗଜପତି, ଗଞ୍ଜାମ, ପୁରୀ, ରାୟଗଡ଼ା ଏବଂ କୋରାପୁଟ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ମାଲକାନଗିରି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ୧୪ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଗଜପତି ଏବଂ ରାୟଗଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକରେ ପ୍ରବଳ ଏବଂ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଉ ଏଥି ପାଇଁ ସଜାଗ ହୋଇଯାଇଛନ୍ତି ରାଜ୍ୟ ସରକାର। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ପ୍ରଶାସନ ସତର୍କ ସୂଚନା ଜାରି କରିଛି। ସତର୍କ ରହିବାକୁ ସ୍ୱତନ୍ତ୍ର ରିଲିଫ୍ କମିଶନର ଆଜି ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଜିଲ୍ଲାର ଜିଲ୍ଲାପାଳମାନେ ଯେକୌଣସି ପରିସ୍ଥିତିର ମୁକାବିଲା କରିବାକୁ ପ୍ରସ୍ତୁତ ରହିବାକୁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶିମିଳିପାଳ ଅଭୟାରଣ୍ୟ ବୁଲିବେ ରାଷ୍ଟ୍ରପତି 🔴 ଟପ୍ କମାଣ୍ଡର ଉଧମ ସିଂହ ନିହତ 🔴 ନିଜ ବନ୍ଧୁକରୁ ଗୁଳି କରି ଜୀବନ ହାରିଲେ କନଷ୍ଟେବଳ 🔴 ଟ୍ରାକରୁ ଖସିଲା ୩ ବଗି 🔴 ଖୋର୍ଦ୍ଧା ନୁହେଁ ଏଣିକି ଖୋରଧା 🔴 ‘ତଥାପି’ ଚିତ୍ରକଳା ପ୍ରଦର୍ଶନୀ ଉଦ୍ଘାଟିତ 🔴 ଟାରିଫ୍‌ କମାଇଲା ଆମେରିକା 🔴 ମାର୍ଚ୍ଚ ୩୧ ଡେଡ୍‌ଲାଇନ 🔴 ପୁଣି କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ 🔴 ବନ୍ଧୁକ ମୁନରେ ବ୍ୟବସାୟୀଙ୍କ ଘରୁ ଡକାୟତି 🔴 ଶିମିଳିପାଳ ଅଭୟାରଣ୍ୟ ବୁଲିବେ ରାଷ୍ଟ୍ରପତି 🔴 ଟପ୍ କମାଣ୍ଡର ଉଧମ ସିଂହ ନିହତ 🔴 ନିଜ ବନ୍ଧୁକରୁ ଗୁଳି କରି ଜୀବନ ହାରିଲେ କନଷ୍ଟେବଳ 🔴 ଟ୍ରାକରୁ ଖସିଲା ୩ ବଗି 🔴 ଖୋର୍ଦ୍ଧା ନୁହେଁ ଏଣିକି ଖୋରଧା 🔴 ‘ତଥାପି’ ଚିତ୍ରକଳା ପ୍ରଦର୍ଶନୀ ଉଦ୍ଘାଟିତ 🔴 ଟାରିଫ୍‌ କମାଇଲା ଆମେରିକା 🔴 ମାର୍ଚ୍ଚ ୩୧ ଡେଡ୍‌ଲାଇନ 🔴 ପୁଣି କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ 🔴 ବନ୍ଧୁକ ମୁନରେ ବ୍ୟବସାୟୀଙ୍କ ଘରୁ ଡକାୟତି