Masthead

ଦାନା ବାନ୍ଧୁଛି ଲଘୁଚାପ, ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ । ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବ । ଜୁଲାଇ ୪ରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହା ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ନେଇ ଆକଳନ କରାଯାଉଛି । ରାଜ୍ୟରେ ତାପମାତ୍ରା କମିଲେ ବି ଅନୁଭୂତ ହେବ ଗୁଳୁଗୁଳି । ଜଳୀୟବାଷ୍ପ ଯଥେଷ୍ଟ ଅଧିକ ରହିଥିବାରୁ ଆର୍ଦ୍ରତା ଅଧିକ ରହିଛି ।

ଆସନ୍ତା ୨ ଓ ୩ ତାରିଖ ବେଳକୁ ଦକ୍ଷିଣ ଓ ଉପକୂଳବର୍ତ୍ତୀ ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ରାଜ୍ୟରେ ଏବେ ୧୫୬.୧ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଯାହାକି ସ୍ବାଭାବିକ ବର୍ଷା ୧୯୨.୩ ମିଲିମିଟର ତୁଳନାରେ ୧୯ ପ୍ରତିଶତ କମ୍ । ଝାରସୁଗୁଡା, ଢେଙ୍କାନାଳ, ବରଗଡ଼ ଏସବୁ ଜିଲ୍ଲାରେ ସ୍ୱାଭାବିକଠାରୁ ଅଧିକ ବର୍ଷା ରେକର୍ଡ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ