Masthead

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ । ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର । ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା। ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳରେ ଶନିବାର ଲଘୁଚାପ ସୃଷ୍ଟି ହେବ । ଏହା ପ୍ରଭାବରେ ଆସନ୍ତା ୩ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ। ଉତ୍ତର ଓଡ଼ିଶା, ଆଭ୍ୟନ୍ତରୀଣ ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ଭାରୀ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆ ଆକଳନ କରିଛି। ଶନିବାର ବାଲେଶ୍ଵର, ଭଦ୍ରକ, ଜଗତସଂହପୁର, କେନ୍ଦୁଝର, କେନ୍ଦ୍ରାପଡ଼ା ଓ ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଯାଜପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୋନପୁର, ସୁବର୍ଣ୍ଣପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ରେ ବର୍ଷା ହେବାର ସମ୍ଭାବନା ରହିଛି।

ଏହିସବୁ ଅଞ୍ଚଳରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ, ଯାହା ବୃଦ୍ଧି ପାଇ ଝଟକା ପବନର ବେଗ ୬୦ କିଲୋମିଟର ପର୍ଯ୍ୟନ୍ତ ପହଞ୍ଚିପାରେ । ପବନର ବେଗ ଅଧିକ ରହିବା ଯୋଗୁଁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଓଡ଼ିଶା ଉପକୂଳରେ ସମୁଦ୍ର ଅଶାନ୍ତରୁ ଅତି ଅଶାନ୍ତ ରହିବ। ଉତ୍ତର-ପଶ୍ଚିମ ଓ ପାର୍ଶ୍ୱବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଓଡ଼ିଶା, ପଶ୍ଚିମବଙ୍ଗ ଉପକୂଳକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି । ଯେଉଁ ମତ୍ସ୍ୟଜୀବୀ ମାନେ ସମୁଦ୍ର ମଧ୍ୟରେ ଅଛନ୍ତି, ସେମାନଙ୍କୁ ତୁରନ୍ତ ଉପକୂଳକୁ ଫେରିଆସିବାକୁ କୁହାଯାଇଛି । ଲଘୁଚାପ ପ୍ରଭାବରେ ଓଡ଼ିଶାର ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ପ୍ରଶାସନ ପକ୍ଷରୁ ସ୍ଥିତି ଉପରେ ନଜର ରଖାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ 🔴 ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ଆଉ ୩ ଓଡ଼ିଆ ନିଖୋଜ 🔴 ମହାପ୍ରଳୟରେ ଖିନଭିନ୍ ହୋଇଯାଇଛି ନେପାଳ, ମୃତ୍ୟୁ ସଂଖ୍ୟା ୪୬୯କୁ ବୃଦ୍ଧି 🔴 ନେପାଳ ପ୍ରଳୟଙ୍କରୀ ବନ୍ୟା, ଗଲାଣି ୧୬୫ ଜୀବନ 🔴 ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା 🔴 ସୁଦ୍ଧକ୍ରିୟା ପାଇଁ ଆସି ଭାସିଗଲେ 🔴 ମାଟି ତଳୁ ମାଓ ସାମଗ୍ରୀ ଜବତ 🔴 ‘ଶ୍ରୀଜଗନ୍ନାଥଙ୍କୁ ବିକୃତ ପ୍ରଦର୍ଶନ ଶାସ୍ତ୍ର ବିରୋଧୀ’ 🔴 ମେଡିକାଲରୁ ଫେରାର ମାରିଲା ଅଭିଯୁକ୍ତ 🔴 ୨୪ ଘଣ୍ଟା ଭିତରେ ବର୍ଷା ସମ୍ଭାବନା 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ 🔴 ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ଆଉ ୩ ଓଡ଼ିଆ ନିଖୋଜ 🔴 ମହାପ୍ରଳୟରେ ଖିନଭିନ୍ ହୋଇଯାଇଛି ନେପାଳ, ମୃତ୍ୟୁ ସଂଖ୍ୟା ୪୬୯କୁ ବୃଦ୍ଧି 🔴 ନେପାଳ ପ୍ରଳୟଙ୍କରୀ ବନ୍ୟା, ଗଲାଣି ୧୬୫ ଜୀବନ 🔴 ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା 🔴 ସୁଦ୍ଧକ୍ରିୟା ପାଇଁ ଆସି ଭାସିଗଲେ 🔴 ମାଟି ତଳୁ ମାଓ ସାମଗ୍ରୀ ଜବତ 🔴 ‘ଶ୍ରୀଜଗନ୍ନାଥଙ୍କୁ ବିକୃତ ପ୍ରଦର୍ଶନ ଶାସ୍ତ୍ର ବିରୋଧୀ’ 🔴 ମେଡିକାଲରୁ ଫେରାର ମାରିଲା ଅଭିଯୁକ୍ତ 🔴 ୨୪ ଘଣ୍ଟା ଭିତରେ ବର୍ଷା ସମ୍ଭାବନା