Masthead

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ଓ ତତ୍ ସଂଲଗ୍ନ ଉତ୍ତର ତାମିଲନାଡୁ-ଦକ୍ଷିଣ ଆନ୍ଧ୍ର ପ୍ରଦେଶ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ସହିତ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୫.୮ କିଲୋମିଟର ଯାଏ ବ୍ୟାପିଛି । ପାଣିପାଗ ବିଭାଗ ପୂର୍ବାନୁମାନ କରିଛି, ଲଘୁଚାପ ଉତ୍ତରପୂର୍ବ ଦିଗରେ ଗତି କରିବ । ଅଧିକ ଘନୀଭୂତ ହୋଇ ୨୪ ତାରିଖ ସକାଳେ ଡିପ୍ରେସନ୍ ବା ଅବପାତର ରୂପ ନେବ । ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହୋଇ ଉତ୍ତର-ପୂର୍ବ ଦିଗରେ ଗତି କରିପାରେ । ଏହାର ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ ।

ଆଜିଠାରୁ ଦକ୍ଷିଣ ବଙ୍ଗୋପସାଗରରେ ଘଣ୍ଟାପ୍ରତି ୩୫ରୁ ୪୫ କିଲୋମିଟର ବେଗରେ ବହିବ ପବନ । ୨୪ ତାରିଖ ସକାଳ ବେଳକୁ ପବନର ବଗ ସମୁଦ୍ରରେ ଅଧିକ ରହିବ । ଏହାକୁ ଦୃଷ୍ଟିରେ ରଖି ୨୩ ତାରିଖରୁ କେନ୍ଦ୍ରୀୟ ଓ ୨୪ରୁ ଉତ୍ତର ବଙ୍ଗୋପସାଗର ମଧ୍ୟକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି । ଆସନ୍ତା ୨୫ ତାରିଖ ସୁଦ୍ଧା ଉପକୂଳ ଓ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୨୫ ତାରିଖରେ ପ୍ରବଳ ବର୍ଷା ନେଇ ବାଲେଶ୍ୱର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ