Masthead

ବଢୁଛି ବାତ୍ୟା ଭୟ, ଆସନ୍ତାକାଲି ଅବପାତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଢୁଛି ବାତ୍ୟା ଭୟ । ଆସନ୍ତାକାଲି ସୁଦ୍ଧା ଅବପାତରେ ପରିଣତ ହୋଇପାରେ ଲଘୁଚାପ । ଏବେ ସମୁଦ୍ର ଭିତରେ ଆହୁରି ଘନୀଭୂତ ହେବାରେ ଲାଗିଛି ଲଘୁଚାପ । ୨୬ରେ ନେଇପାରେ ବାତ୍ୟାର ରୂପ । ମାଲାକ୍କା ଓ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ଲଘୁଚାପ ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତିକରି ୨୪ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ ।

ପରବର୍ତ୍ତୀ ୨୪ଘଣ୍ଟାରେ ଗଭୀର ଅବପାତ ରୂପ ନେଇପାରେ । ସମୁଦ୍ର ଭିତରେ ବଳ ଗୋଟାଇ ଏହା ଧୀରେ ଶକ୍ତିଶାଳୀହେବ ଓ ୨୬ରେ ବାତ୍ୟାରେ ପରିଣତ ହୋଇପାରେ ।ବାତ୍ୟାର ଗତିପଥ, ତୀବ୍ରତା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇନି। କିନ୍ତୁ ଏହାର ପ୍ରଭାବରେ ଆଣ୍ଡାମାନ, ନିକୋବର ଦୀପପୁଞ୍ଜରେ ବର୍ଷା ଆରମ୍ଭ ହୋଇଗଲାଣି । ୨୭ବେଳକୁ ଆନ୍ଧ୍ର ଓ ଓଡ଼ିଶା ଉପକୂଳରେ ବର୍ଷା ସମ୍ଭାବନା ରହିଛି। ବିଶେଷ କରି ଦକ୍ଷିଣଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବଡ ବର୍ଷା ଭୟ ରହିଛି । ଏବେଠାରୁ ଏ ସଂକ୍ରାନ୍ତରେ ସତର୍କ କରିଛନ୍ତି ପାଣିପାଗ ବିଜ୍ଞାନୀ ।

ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ, ଏଣୁ ସମୁଦ୍ର ଭିତରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି । ସେପଟେ ଥଣ୍ଡା ବଢ଼ିବା ସହ ବାତ୍ୟା ଓଡ଼ିଶା ଉପକୂଳ ଛୁଇଁବା ପାଇଁ ପ୍ରତିକୂଳ ସ୍ଥିତି ରହିବ । ବାତ୍ୟା କେଉଁଠାରେ ସ୍ଥଳଭାଗ ଛୁଇଁବ, ତାହା ୨୭ ତାରିଖ ବେଳକୁ ସ୍ପଷ୍ଟ ହେବ ବୋଲି ପାଣିପାଗ ବିଜ୍ଞାନୀ କହିଛନ୍ତି । ଆଇଏମଡି କହିଛି, ଶନିବାର ଆଣ୍ଡାମାନ ସାଗର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହୋଇଛି । ୨୪ ବା ୨୫ ତାରିଖ ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗର ଓ ପାଶ୍ୱର୍ବର୍ତ୍ତୀ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଅବପାତ ରୂପ ନେବ । ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ପୁଣି ଘନୀଭୂତ ହୋଇପାରେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ