Masthead

ବାତ୍ୟା ଛନକା, ଚାଷୀଙ୍କ ଚିନ୍ତା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟକୁ ଘାରିଛି ବାତ୍ୟାର ଭୟ । ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ଚାଷୀକୂଳ ପର୍ଯ୍ୟନ୍ତ ସମସ୍ତଙ୍କ ମନରେ ବାତ୍ୟାକୁ ନେଇ ଛନକା । ଦକ୍ଷିଣ ଆଣ୍ଡାମାନ୍ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ସମ୍ଭାବ୍ୟ ବାତ୍ୟାକୁ ନେଇ ଆଶଙ୍କା ବ୍ୟକ୍ତ କରିଛି ଭାରତୀୟ ପାଣିପାଗ ବିଭାଗ । ଆସନ୍ତାକାଲି ସୁଦ୍ଧା ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଅବପାତର ରୂପ ନେଇପାରେ । ଯାହା ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେଇପାରେ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ ।

ଆସନ୍ତା ଡିସେମ୍ବର ୧ରେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ବାତ୍ୟାର ରୂପ ନେଇପାରେ ବୋଲି କୁହାଯାଇଛି । ଏହାପରେ ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ଏହା ଉତ୍ତର ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ପରେ ଉତ୍ତର ଉତ୍ତର-ପୂର୍ବ ଦିଗକୁ ରିକର୍ଭ କରିବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ । ତେବେ ଡିାସେମ୍ବର ୫ରେ ଭେରି ସିଭିୟର ସାଇକ୍ଲୋନିକ ଷ୍ଟର୍ମର ରୂପ ନେବାର ସମ୍ଭାବନା ଥିବା କହିଛି ଆଇଏମଡି । ଏହି ବାତ୍ୟା ଉତ୍ତର ଆନ୍ଧ୍ରପ୍ରଦେଶ କିମ୍ବା ଦକ୍ଷିଣ ଓଡ଼ିଶା ଉପକୂଳ ଦେଇ ଅତିକ୍ରମ କରିପାରେ ବୋଲି ପୂର୍ବାନୁମାନ କରାଯାଉଛି । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ସମ୍ଭାବ୍ୟ ବାତ୍ୟାକୁ ନେଇ ଓଡ଼ିଶା ପାଇଁ କୌଣସି ସତର୍କ ସୂଚନା ଦିଆଯାଇ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ