Masthead

ବଙ୍ଗୋପସାଗରରେ ଲଘୁଚାପ, ୪୮ ଘଣ୍ଟା ଭିତରେ ଘନୀଭୂତ ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରର ଉତ୍ତର ଶ୍ରୀଲଙ୍କା ଉପକୂଳରେ ଏହି ଲଘୁଚାପ ଅଛି । ପରବର୍ତ୍ତୀ ୪୮ ଘଣ୍ଟା ଭିତରେ ଏହା ଘନୀଭୂତ ହୋଇପାରେ । ମାତ୍ର ଏବେଠାରୁ ଏହାର ତୀବ୍ରତା ଓ ପ୍ରଭାବ ନେଇ କିଛି ଆକଳନ କରିନାହିଁ ପାଣିପାଗ ବିଭାଗ । ଅନ୍ୟପକ୍ଷରେ ଚଳିତ ସପ୍ତାହର ଶେଷ ଆଡ଼କୁ ଦକ୍ଷିଣ ବଙ୍ଗୋପସାଗର, ଆଣ୍ଡାମାନ ସାଗର, ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜର କିଛି ଅଞ୍ଚଳକୁ ମୌସୁମୀ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ରହିଛି ।

ଆସନ୍ତା ଦୁଇଦିନ ପରେ ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବ । ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିସ୍ତୃତ ଅଞ୍ଚଳକୁ ପ୍ରଭାବିତ କରିବା ଭଳି ବଡ଼ ବର୍ଷା ନେଇ କିଛି ପୂର୍ବାନୁମାନ ନାହିଁ । ପ୍ରତିଦିନ ଅଳ୍ପ କିଛି ଜାଗାରେ କିମ୍ବା କାଁ ଭାଁ ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷା ହୋଇପାରେ । ଏଥିରୁ ଅନୁମାନ କରାଯାଉଛି, ଲଘୁଚାପର ପ୍ରଭାବ ଓଡ଼ିଶାରେ ବିଶେଷ ପଡ଼ିବନି ।

ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ରହିପାରେ । ମଙ୍ଗଳବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରିର ସ୍ଥାନେ ସ୍ଥାନେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ଏଥିମଧ୍ୟରୁ କେତେକ ସ୍ଥାନରେ ବଜ୍ରପାତ ସହ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି