ସୃଷ୍ଟିହେଲା ଲଘୁଚାପ: ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷିବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ସାରା ରାଜ୍ୟରେ ଜାରି ରହିଛି ବର୍ଷା । ଉତ୍ତର ବଙ୍ଗୋପସାଗରରେ ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡକୁ ଲାଗି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗକୁ ଗତି କରି ୨୪ ଘଣ୍ଟାରେ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି।

ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ପ୍ରବଳ ବର୍ଷା ନେଇ କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲା ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସକ୍ରିୟ ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ର୍ପୂବାନୁମାନ କରାଯାଇଛି। ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ