Masthead

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ଲଘୁଚାପର ରୂପ ନେଲା ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ । ଉତ୍ତର ବଙ୍ଗୋପସାଗରର ମଧ୍ୟଭାଗରେ କେନ୍ଦ୍ରୀଭୂତ ହୋଇଛି ଲଘୁଚାପ । ୨୪ ଘଣ୍ଟାରେ ଓ୍ବେଲମାର୍କ ଲୋପ୍ରେସରରେ ପରିଣତ ହେବ । ପରେ ଉତ୍ତର-ପଶ୍ଚିମ ଦିଗରେ ଗତିକରି ଦକ୍ଷିଣ ଓଡିଶା, ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଛତିଶଗଡ଼ ମୁହାଁ ହେବ । ପ୍ରଭାବରେ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଏଥିପାଇଁ ୨୨ ଜିଲ୍ଲାକୁ ସତର୍କତା ଜାରି ହୋଇଛି । ୮ଟି ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି  । ସୋନପୁର, ବୌଦ୍ଧ, କନ୍ଧମାଳ, ଅନୁଗୁଳ, ନୟାଗଡ଼, ଗଞ୍ଜାମ, ଢେଙ୍କାନାଳ ଓ କଟକରେ ଭୀଷଣ ବର୍ଷା ନେଇ ରେଡ୍ ଆଲର୍ଟ ଜାରି କରାଯାଇଛି  । ସେହିପରି ୧୨ ଜିଲ୍ଲାରେ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ଏବଂ 8 ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ