Masthead

ସୃଷ୍ଟି ହେଲା ଲଘୁଚାପ, ୮ ଜିଲ୍ଲାକୁ ପାଣିପାଗ ବିଭାଗର ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଦୁଇ ଦିନ ଝଡତୋଫାନ, ବଜ୍ରପାତ ନେଇ ୮ ଜିଲ୍ଲାକୁ ପାଣିପାଗ ବିଭାଗର ୱାର୍ଣ୍ଣିଂ । ଆସନ୍ତାକାଲି ୮ ଜିଲ୍ଲା ଓ ୨୪ ତାରିଖ ୩ ଜିଲ୍ଲା ପାଇଁ ୟୋଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ବିଷୁବ ଭାରତ ମହାସାଗର ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ ଉପର ବାୟୁ ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ଅର୍ଥାତ୍ ରବିବାର ସୁଦ୍ଧା ସେହି ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।

ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ସେହି ଅଞ୍ଚଳରେ ଅଧିକ ସୁସ୍ପଷ୍ଟ ହେବ ଏହାର ପ୍ରଭାବରେ ଆସନ୍ତା ୨୩ ତାରିଖ ଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର ଓ ଭଦ୍ରକ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସ‌ହ ୩୦ରୁ ୪୦ କିମି ବେଗରେ ପବନ ବ‌ହିବାର ସମ୍ଭାବନା ରହିଛି । ଏଣୁ ଏହିସବୁ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣି ଜାରି ହୋଇଛି । ୨୪ ତାରିଖ ଦିନ ମଧ୍ୟ ମୟୂରଭଞ୍ଜ, ଯାଜପୁର ଓ କଟକ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ୩୦ରୁ ୪୦ କିମି ବେଗରେ ପବନ ବହିପାରେ । ଏହିସବୁ ଜିଲ୍ଲା ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣି ଜାରି ହୋଇଛି । ଏହାପରେ ରାଜ୍ୟରେ ପାଗ ଶୁଖିଲା ରହିବ ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ୨ରୁ ୩ ଡିଗ୍ରି ପର୍ୟ୍ୟନ୍ତ ବୃଦ୍ଧି ଦେଖାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଝାରସୁଗୁଡ଼ାରେ ଏନ୍‌କାଉଣ୍ଟର 🔴 ଆଜି ସାରା ରାଜ୍ୟରେ ବର୍ଷା ନେଇ ଆଲର୍ଟ ! 🔴 ଗଞ୍ଜାମ ଜିଲ୍ଲାରେ ବିଶ୍ୱ ଋତୁସ୍ରାବ ଦିବସ ପାଳିତ: ସାମାଜିକ କଳଙ୍କ ଓ ଅନ୍ଧବିଶ୍ୱାସ ବିରୁଦ୍ଧରେ କିଶୋରୀଙ୍କ ସ୍ୱର 🔴 ସିଦ୍ଦରମୈୟାଙ୍କ ଇସ୍ତଫା ଗ୍ରହଣ କଲେ ରାଜ୍ୟପାଳ 🔴 ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ 🔴 ଗରମରୁ ମିଳିବ ଆଶ୍ଵସ୍ତି, କମିବ ତାତି 🔴 ଇରାନର ସାମରିକ ଘାଟିକୁ ଟାର୍ଗେଟ୍ 🔴 ୧୨ ଘଣ୍ଟିଆ ଜୟପୁର ବନ୍ଦ 🔴 ତାତିରୁ ଆଶ୍ୱସ୍ତି ଦେଲା କାଳବୈଶାଖୀ 🔴 ପୁରୀରୁ ଗିରଫ ହେଲେ TMC ବିଧାୟକ 🔴 ଝାରସୁଗୁଡ଼ାରେ ଏନ୍‌କାଉଣ୍ଟର 🔴 ଆଜି ସାରା ରାଜ୍ୟରେ ବର୍ଷା ନେଇ ଆଲର୍ଟ ! 🔴 ଗଞ୍ଜାମ ଜିଲ୍ଲାରେ ବିଶ୍ୱ ଋତୁସ୍ରାବ ଦିବସ ପାଳିତ: ସାମାଜିକ କଳଙ୍କ ଓ ଅନ୍ଧବିଶ୍ୱାସ ବିରୁଦ୍ଧରେ କିଶୋରୀଙ୍କ ସ୍ୱର 🔴 ସିଦ୍ଦରମୈୟାଙ୍କ ଇସ୍ତଫା ଗ୍ରହଣ କଲେ ରାଜ୍ୟପାଳ 🔴 ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ 🔴 ଗରମରୁ ମିଳିବ ଆଶ୍ଵସ୍ତି, କମିବ ତାତି 🔴 ଇରାନର ସାମରିକ ଘାଟିକୁ ଟାର୍ଗେଟ୍ 🔴 ୧୨ ଘଣ୍ଟିଆ ଜୟପୁର ବନ୍ଦ 🔴 ତାତିରୁ ଆଶ୍ୱସ୍ତି ଦେଲା କାଳବୈଶାଖୀ 🔴 ପୁରୀରୁ ଗିରଫ ହେଲେ TMC ବିଧାୟକ