Masthead

ସୃଷ୍ଟି ହେଲା ଲଘୁଚାପ, ବର୍ଷା ନେଇ ରେଡ ଆର୍ଲଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ନେଲା ଲଘୁଚାପ ରୂପ। ଆଗାମୀ ୨ ଦିନ ଯାଏ ଏହା ଉତ୍ତର ଓଡ଼ିଶା ଏବଂ ଗାଙ୍ଗେୟ ପଶ୍ଚିମବଙ୍ଗ ଦେଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି । ଏହା ପ୍ରଭାବ ସାରା ଓଡ଼ିଶାରେ ପ୍ରବଳ ବର୍ଷା ନେଇ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଲଘୁଚାପ ପ୍ରଭାବରେ ରାଜ୍ୟରେ ୩ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ।

ବୁଧବାର ସାରା ରାଜ୍ୟରେ ବର୍ଷା ହେବାକୁ ଥିବାବେଳେ ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, କେନ୍ଦ୍ରାପଡ଼ା ଏବଂ ଜଗତ୍‌ସିଂହପୁର ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍‌ ଆଲର୍ଟ ଜାରି କରାଯାଇଛି। ସେହିପରି ବାଲେଶ୍ୱର, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି ଜିଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଏବଂ ଅନ୍ୟାନ୍ୟ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ ଦିଆଯାଇଛି। ବର୍ଷା ସମୟରେ ସମୁଦ୍ର ମୁଖ୍ୟତଃ ଅଶାନ୍ତ ରହିବାକୁ ଥିବାରୁ ମତ୍ସ୍ୟଜୀବୀଙ୍କୁ ୧୮ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।

ସେପଟେ ବର୍ଷାକୁ ଦୃଷ୍ଟିରେ ରଖି ପୁରୀ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି । ପ୍ରବଳ ବର୍ଷା ପାଇଁ ଆଜି ପୁରୀ ଜିଲ୍ଲାରେ ବନ୍ଦ ରହିବ ସମସ୍ତ ସ୍କୁଲ୍‌ । ସରକାରୀ, ବେସରକାରୀ ଓ ଅନୁଦାନପ୍ରାପ୍ତ ସ୍କୁଲ୍‌ ପାଇଁ ଛୁଟି ଘୋଷଣା । ଶିଶୁବାଟିକାରୁ ଯୁକ୍ତ-୨ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ । ଅନ୍ୟପଟେ ଗୁରୁବାର ବା ରଥଯାତ୍ରା ଦିନ କେନ୍ଦ୍ରାପଡ଼ା, ଜଗତସିଂହପୁର ଓ କଟକରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ସେହିଭଳି ପୁରୀ, ଖୋର୍ଦ୍ଧା, ନୟାଗଡ଼, କେନ୍ଦ୍ରାପଡ଼ା, ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି ଓ ଗଞ୍ଜାମରେ ପ୍ରବଳ ବର୍ଷା ହୋଇପାରେ ।୧୭ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, କଟକ, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ଆଶଙ୍କା ଅଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି 🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି