Masthead

ଆଜି ସୃଷ୍ଟି ହେବ ଲଘୁଚାପ, ସ୍ପଷ୍ଟ ହେବ ବାତ୍ୟା ଚିତ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ଏହାପରେ ସ୍ପଷ୍ଟ ହେବ ବାତ୍ୟା ଚିତ୍ର । ବାତ୍ୟାର ଗତିପଥ କୁଆଡେ ରହିବ ଏବଂ ତୀବ୍ରତା କେତେ ରହିବ ସେ ନେଇ ଆଜି ସ୍ପଷ୍ଟ ଚିତ୍ର ଜଣାପଡ଼ିବ । ୯ ତାରିଖ ବେଳକୁ ଲଘୁଚାପ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବ । ପରେ ଅଧରକ ଘନୀଭୂତ ହୋଇ ଉତ୍ତର ଦିଗରେ ଗତି କରି କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟାର ରୂପ ନେଇପାରେ ବୋଲି ଆକଳନ କରାଯାଇଛି । ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ଦକ୍ଷିଣପୂର୍ବ ବଙ୍ଗୋପସାଗର, ଆଣ୍ଡାମାନ ଦୀପପୁଞ୍ଜ ଓ ଆଣ୍ଡାମାନ ସାଗର ଅଂଚଳରେ ସମୁଦ୍ର ଆଶାନ୍ତ ରହିବ । ୮ ତାରିଖରେ ପବନର ବେଗ ବୃଦ୍ଧି ପାଇବ । ସମୁଦ୍ର ଭିତରେ ଘଣ୍ଟାପ୍ରତି ୮୦ କି.ମି, ବେଗରେ ପବନ ବହିବା ନେଇ ଆଶଙ୍କା ରହିଛି । ୧୦ ଓ ୧୧ ତାରିଖ ବେଳକୁ ଆହୁରି ଆଶାନ୍ତ ହୋଇପାରେ ସମୁଦ୍ର । ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ