Masthead

ଆଜି ସୃଷ୍ଟି ହେବ ଲଘୁଚାପ, ସ୍ପଷ୍ଟ ହେବ ବାତ୍ୟା ଚିତ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ଏହାପରେ ସ୍ପଷ୍ଟ ହେବ ବାତ୍ୟା ଚିତ୍ର । ବାତ୍ୟାର ଗତିପଥ କୁଆଡେ ରହିବ ଏବଂ ତୀବ୍ରତା କେତେ ରହିବ ସେ ନେଇ ଆଜି ସ୍ପଷ୍ଟ ଚିତ୍ର ଜଣାପଡ଼ିବ । ୯ ତାରିଖ ବେଳକୁ ଲଘୁଚାପ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବ । ପରେ ଅଧରକ ଘନୀଭୂତ ହୋଇ ଉତ୍ତର ଦିଗରେ ଗତି କରି କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟାର ରୂପ ନେଇପାରେ ବୋଲି ଆକଳନ କରାଯାଇଛି । ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ଦକ୍ଷିଣପୂର୍ବ ବଙ୍ଗୋପସାଗର, ଆଣ୍ଡାମାନ ଦୀପପୁଞ୍ଜ ଓ ଆଣ୍ଡାମାନ ସାଗର ଅଂଚଳରେ ସମୁଦ୍ର ଆଶାନ୍ତ ରହିବ । ୮ ତାରିଖରେ ପବନର ବେଗ ବୃଦ୍ଧି ପାଇବ । ସମୁଦ୍ର ଭିତରେ ଘଣ୍ଟାପ୍ରତି ୮୦ କି.ମି, ବେଗରେ ପବନ ବହିବା ନେଇ ଆଶଙ୍କା ରହିଛି । ୧୦ ଓ ୧୧ ତାରିଖ ବେଳକୁ ଆହୁରି ଆଶାନ୍ତ ହୋଇପାରେ ସମୁଦ୍ର । ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ