Masthead

୩ ରୁ ୫ ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆସୁଛି ଲଘୁଚାପ । ୪ରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୩ରୁ ୫ତାରିଖ ପର୍ୟ୍ୟନ୍ତ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ଏନେଇ ସୋଆର ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ଦୁର୍ବଳ ପ୍ରବାହ ଯୋଗୁଁ ରାଜ୍ୟରେ ବର୍ଷାର ମାତ୍ରା କମିଥିବା ବେଳେ ତାପମାତ୍ରା ସାମାନ୍ୟ ବଢ଼ିଛି। ଆଜିଠାରୁ ରାଜ୍ୟର କିଛି ଅଞ୍ଚଳ ଯଥା ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ଢେଙ୍କାନାଳ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

୩ ତାରିଖ ଦିନ ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ କଳାହାଣ୍ଡି ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ