ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଜାରି ରହିଛି କାଳବୈଶାଖୀ । ଆସନ୍ତାକାଲି ବଙ୍ଗୋପସାଗରରେ ହେବ ଘୂର୍ଣ୍ଣିବଳୟ । ୭ରେ ଲଘୁଚାପ, ୮ରେ ଅବପାତର ରୂପ ନେବ । ୯ରେ ବାତ୍ୟା ରୂପ ନେବ ବୋଲି ଆଶଙ୍କା କରାଯାଉଛି । ତେବେ ସମ୍ଭାବ୍ୟ ବାତ୍ୟାର ପ୍ରଭାବ ଓଡ଼ିଶା ଉପରେ ପଡିବ କି ନାହିଁ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇ ନାହିଁ । ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଏହାର ତୀବ୍ରତା, ଗତିପଥ ସଂପର୍କରେ ଜଣାପଡିବ। ବାତ୍ୟାର ଗତିପଥ କେନ୍ଦ୍ରୀୟ ବାଙ୍ଗୋପସାଗର ଦେଇ ମିଆଁମାର ଓ ବାଂଲାଦେଶ ଉପକୂଳ ଅତିକ୍ରମ କରିବା ନେଇ ବିଭିନ୍ନ ମଡେଲ ଆକଳନ କରିଛନ୍ତି ।
ଅବପାତର ରୂପ ନେବା ପରେ ଏହା କ୍ରମଶଃ ଉତ୍ତର ଦିଗକୁ ଗତି କରିବ । ସେପଟେ ସାମୁଦ୍ରିକ ଝଡ଼ ନେଇ ବଙ୍ଗୋପସାଗରରେ ଅନୁକୂଳ ରହିଛି ସ୍ଥିତି । ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ଘୂର୍ଣ୍ଣିବଳୟ ବାତ୍ୟାର ରୂପ ନେଇପାରେ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ ।