୭ରେ ଲଘୁଚାପ, ୮ରେ ଅବପାତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଜାରି ରହିଛି କାଳବୈଶାଖୀ । ଆସନ୍ତାକାଲି ବଙ୍ଗୋପସାଗରରେ ହେବ ଘୂର୍ଣ୍ଣିବଳୟ । ୭ରେ ଲଘୁଚାପ, ୮ରେ ଅବପାତର ରୂପ ନେବ । ୯ରେ ବାତ୍ୟା ରୂପ ନେବ ବୋଲି ଆଶଙ୍କା କରାଯାଉଛି । ତେବେ ସମ୍ଭାବ୍ୟ ବାତ୍ୟାର ପ୍ରଭାବ ଓଡ଼ିଶା ଉପରେ ପଡିବ କି ନାହିଁ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇ ନାହିଁ । ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଏହାର ତୀବ୍ରତା, ଗତିପଥ ସଂପର୍କରେ ଜଣାପଡିବ। ବାତ୍ୟାର ଗତିପଥ କେନ୍ଦ୍ରୀୟ ବାଙ୍ଗୋପସାଗର ଦେଇ ମିଆଁମାର ଓ ବାଂଲାଦେଶ ଉପକୂଳ ଅତିକ୍ରମ କରିବା ନେଇ ବିଭିନ୍ନ ମଡେଲ ଆକଳନ କରିଛନ୍ତି ।

ଅବପାତର ରୂପ ନେବା ପରେ ଏହା କ୍ରମଶଃ ଉତ୍ତର ଦିଗକୁ ଗତି କରିବ । ସେପଟେ ସାମୁଦ୍ରିକ ଝଡ଼ ନେଇ ବଙ୍ଗୋପସାଗରରେ ଅନୁକୂଳ ରହିଛି ସ୍ଥିତି । ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ଘୂର୍ଣ୍ଣିବଳୟ ବାତ୍ୟାର ରୂପ ନେଇପାରେ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!