Masthead

ଆସୁଛି ଲଘୁଚାପ, ତାତିରୁ ମିଳିବ ଆଶ୍ୱସ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜୁନ୍ ୧୨ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ କିମ୍ବା ଲଘୁଚାପ ସୃଷ୍ଟି ହୋଇପାରେ । ଏହା ମୌସୁମୀକୁ ଅଗ୍ରସର କରିବାରେ ସହାୟକ ହେବ । ରଜବେଳକୁ ମୌସୁମୀ ଓଡ଼ିଶା ଛୁଇଁପାରେ । ସମ୍ଭାବ୍ୟ ଲଘୁଚାପ/ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ପାଣିପାଗ ବିଭାଗର ବିସ୍ତାରିତ ପୂର୍ବାନୁମାନରେ ମଧ୍ୟ ସଙ୍କେତ ଦିଆଯାଇଛି । ପାଣିପାଗ ବିଭାଗ ଆକଳନ କରିଛି, ୧୧ ତାରିଖ ପର୍ଯ୍ୟନ୍ତ ଉତ୍ତର ଉପକୂଳରେ ୩୬-୩୮ ଡିଗ୍ରୀ ସେଲସିୟସ୍, ଉପକୂଳର ଅଧିକାଂଶ ଅଞ୍ଚଳରେ ୩୮-୪୦ ଡିଗ୍ରୀ ଓ ପଶ୍ଚିମରେ ୪୦-୪୨ ଡିଗ୍ରୀ ତାପମାତ୍ରା ରହିପାରେ ।

୧୨ରୁ ୧୮ ତାରିଖ ଭିତରେ ଉତ୍ତର ଉପକୂଳରେ ୩୨-୩୪ ଡିଗ୍ରୀ, ବାକି ଉପକୂଳ ଅଞ୍ଚଳରେ ୩୪-୩୬ ଡିଗ୍ରୀ ଏବଂ ଆଭ୍ୟନ୍ତରୀଣରେ ୩୮-୪୦ ଡିଗ୍ରୀ ରହିପାରେ ତାପମାତ୍ରା । ଗୁରୁବାର ସମ୍ବଲପୁର ତାପମାତ୍ରା ୪୨ ଡିଗ୍ରୀ ଟପିଥିବାବେଳେ କେତେକ ସ୍ଥାନରେ ୪୧ ପାର୍ କରିଥିଲା । ଅନେକ ସ୍ଥାନରେ ପାରଦ ୩୮-୪୦ ଡିଗ୍ରୀ ରହିଥିଲା । ଭୁବନେଶ୍ୱର ତାପମାତ୍ରା ୩୯.୮ ଡିଗ୍ରୀ ଥିଲା । ଏମିତିକି ଉପକୂଳରେ ବି ଝାଞ୍ଜି ଅନୁଭୂତ ହୋଇଥିଲା । ପାଣିପାଗ ବିଭାଗ ଅନୁସାରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା ଅଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦିଲ୍ଲୀରେ ଦୁଇମୁଖୀ ପ୍ରତିବାଦ, ସିଜେପି ସହ କୃଷକଙ୍କ ଆନ୍ଦୋଳନ 🔴 ସୁନା ବେଶରେ ଦର୍ଶନ ଦେଉଛନ୍ତି ମା’ 🔴 ରୁଷ୍‌ର ମିସାଇଲ ମାଡ, ୪ଭାରତୀୟ ମୃତ 🔴 ଓଏସଆରଟିସି ଜଗନ୍ନାଥ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ 🔴 ଆଜି ଶରଧାବାଲିରେ ତିନି ରଥଙ୍କ ଦକ୍ଷିଣ ମୋଡ଼ 🔴 ମଝି ନଦୀରୁ ଟାୱାର ଉପରୁ ଉଦ୍ଧାର ହେଲେ ଯୁବକ 🔴 ବାଦଲ ଫଟା ବର୍ଷା, ଗଲାଣି ୪୩ରୁ ଅଧିକ ଲୋକଙ୍କ ଜୀବନ 🔴 ଜଗତ ଦେଖିବ ଜଗାର କଳି 🔴 ୬ ଜିଲ୍ଲାରେ ପ୍ରବଳ ବର୍ଷା ଆଲର୍ଟ 🔴 ଭୟାବହ ବନ୍ୟାରେ ଥରହର ଜମ୍ମୁ-କାଶ୍ମୀର, ୧୧ ମୃତ 🔴 ଦିଲ୍ଲୀରେ ଦୁଇମୁଖୀ ପ୍ରତିବାଦ, ସିଜେପି ସହ କୃଷକଙ୍କ ଆନ୍ଦୋଳନ 🔴 ସୁନା ବେଶରେ ଦର୍ଶନ ଦେଉଛନ୍ତି ମା’ 🔴 ରୁଷ୍‌ର ମିସାଇଲ ମାଡ, ୪ଭାରତୀୟ ମୃତ 🔴 ଓଏସଆରଟିସି ଜଗନ୍ନାଥ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ 🔴 ଆଜି ଶରଧାବାଲିରେ ତିନି ରଥଙ୍କ ଦକ୍ଷିଣ ମୋଡ଼ 🔴 ମଝି ନଦୀରୁ ଟାୱାର ଉପରୁ ଉଦ୍ଧାର ହେଲେ ଯୁବକ 🔴 ବାଦଲ ଫଟା ବର୍ଷା, ଗଲାଣି ୪୩ରୁ ଅଧିକ ଲୋକଙ୍କ ଜୀବନ 🔴 ଜଗତ ଦେଖିବ ଜଗାର କଳି 🔴 ୬ ଜିଲ୍ଲାରେ ପ୍ରବଳ ବର୍ଷା ଆଲର୍ଟ 🔴 ଭୟାବହ ବନ୍ୟାରେ ଥରହର ଜମ୍ମୁ-କାଶ୍ମୀର, ୧୧ ମୃତ