Masthead

୨୪ ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦଶହରାକୁ ଭିଜାଇବ ବର୍ଷା । ଦଶହରାରେ  ଅଧିକ ବର୍ଷା  ହୋଇପାରେ । ମିଆଁମାରରେ ସୃଷ୍ଟି  ଲଘୁଚାପ ୩୦ ତାରିଖ ବେଳକୁ ଓଡ଼ିଶା ଉପକୂଳ ବଙ୍ଗୋପସାଗରକୁ ଆସିପାରେ । ୨ ତାରିଖ ବେଳକୁ ଏହା ଓଡ଼ିଶା ଉପକୂଳ ପାଖରେ ରହିବ ବୋଲି ପୂର୍ବାନୁମାନ କରାଯାଇଛି । ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବ । ଆଗାମୀ ୨୪ ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ । ଯାହାର ପ୍ରଭାବରେ କେନ୍ଦୁଝର, ମୟୂରଭଞ୍ଜ ସମେତ ଉତ୍ତର ଉପକୂଳ ଓଡ଼ିଶାରେ ପ୍ରଚଣ୍ଡ ବଜ୍ରପାତ ସହ ଅତିପ୍ରବଳ ବର୍ଷା ଲାଗିରହିବ । ଏହି ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ପ୍ରବଳ ବର୍ଷା ନେଇ ସୁନ୍ଦରଗଡ଼, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଭଦ୍ରକ, ବାଲେଶ୍ୱରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଗୋଟିଏ ଲଘୁଚାପ ଦୁର୍ବଳ ହେଲା ବେଳକୁ ଆଉ ଏକ ଲଘୁଚାପ ୨୫ ସେପ୍ଟେମ୍ବର ବେଳକୁ ଦାନା ବାନ୍ଧୁଛି । ପୂର୍ବକେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ପରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି,୨୬ ସେପ୍ଟେମ୍ବର ବେଳକୁ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ମୁହାଁଇବ ।

ପରେ ଅଧିକ ଘନୀଭୂତ ହୋଇ ଲଘୁଚାପ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଅଵପାତର ରୂପ ନେବ । ଏହା ୨୭ ସେପ୍ଟେମ୍ବରରେ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ଅଛି । ୨୫ରୁ ୨୭ ସେପ୍ଟେମ୍ବର ମଧ୍ୟରେ  ଆନ୍ଧ୍ର ପ୍ରଦେଶ – ଓଡ଼ିଶା – ପଶ୍ଚିମବଙ୍ଗ ଉପକୂଳରେ ସମୁଦ୍ର ଅଶାନ୍ତ ରହିବ । ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ଏଥିପାଇଁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ନ ଯିବାକୁ ପରାମର୍ଶ ଦିଆଯାଇଛି । 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା